ପ୍ରାକୃତିକ ବିପର୍ଯ୍ୟୟ ର ମୁକାବିଲା ପାଇଁ ବୌଦ୍ଧ ଜିଲ୍ଲା ପ୍ରଶାସନ ଦ୍ୱାରା ପ୍ରସ୍ତୁତି ବୈଠକ ଅନୁଷ୍ଠିତ

0
121
ପ୍ରାକୃତିକ ବିପର୍ଯ୍ୟୟ ର

ରିପୋର୍ଟ : ସୁଶାନ୍ତ ବେହେରା
ବୌଦ୍ଧ, (୧୦/୬) : ପ୍ରାକୃତିକ ବିପର୍ଯ୍ୟୟ ର ମୁକାବିଲା ନିମନ୍ତେ ମକଡ୍ରିଲ ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି ।WhatsApp Image 2022 06 10 at 9.25.26 PM ପ୍ରାକୃତିକ ବିପର୍ଯ୍ୟୟ ର ମୁକାବିଲା ପାଇଁ ବୌଦ୍ଧ ଜିଲ୍ଲା ପ୍ରଶାସନ ଦ୍ୱାରା ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଜିଲ୍ଲାପାଳ ଲଲାଟେନ୍ଦୁ ମିଶ୍ର ବୈଠକରେ ଅଧ୍ୟକ୍ଷତା କରି ସମ୍ଭାବ୍ୟ ପ୍ରାକୃତିକ ବିପର୍ଯ୍ୟୟ ର ମୁକାବିଲା ପାଇଁ ପୂର୍ବ ପ୍ରସ୍ତୁତି ନିତାନ୍ତ ଆବଶ୍ୟକ ବୋଲି କହିବା ସହିତ ବିପର୍ଯ୍ୟୟ ସମୟରେ ଉଦ୍ଧାର କାର୍ଯ୍ୟ ଉପରେ ଗୁରୁତ୍ୱ ଦେବାକୁ ପରାମର୍ଶ ଦେଇଥିଲେ । ସତର୍କତାମୂଳକ ପଦକ୍ଷେପ ଯୋଗୁଁ ଗ୍ରୀଷ୍ମ ପ୍ରବାହକୁ ଜିଲ୍ଲାରେ ସଫଳ ଭାବରେ ମୁକାବିଲା କରାଯାଇଥିବା ବେଳେ ସମ୍ଭାବ୍ୟ ବନ୍ୟା ପରିସ୍ଥିତି ର ମୁକାବିଲା ପାଇଁ ସମସ୍ତ ସ୍ୱେଚ୍ଛାସେବୀ ସଂସ୍ଥା, ପଞ୍ଚାୟତିରାଜ ସଦସ୍ୟ, ଓଡ୍ରାପ ଟିମ୍‌, ଅଗ୍ନିଶମ ସଂସ୍ଥା ଓ ସମସ୍ତ ସରକାରୀ ଅଧିକାରୀ, କର୍ମଚାରୀ ଓ ଗ୍ରାମବାସୀମାନେ ପ୍ରସ୍ତୁତ ରହିବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ।

ଜିଲ୍ଲାରେ ବିପର୍ଯ୍ୟୟ ପ୍ରସ୍ତୁତି ସମୟରେ ସାଧାରଣ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରଣ, ଉଦ୍ଧାର କାର୍ଯ୍ୟକୁ ପ୍ରାଥମିକତା ଓ ପ୍ରାଥମିକ ଚିକିତ୍ସା ଯୋଗାଇବାକୁ ଗୁରୁତ୍ୱ ଦେବାକୁ ବୈଠକରେ ପରାମର୍ଶ ଦିଆଯାଇଥିଲା । ବନ୍ୟା ଆଶ୍ରୟସ୍ଥଳୀ ଗୁଡିକୁ ପ୍ରସ୍ତୁତ କରି ରଖିବା ସହିତ ସମସ୍ତ ସୁବିଧା ସହ ଅତ୍ୟାବଶ୍ୟକୀୟ ସାମଗ୍ରୀ ମହଜୁଦ ରଖିବାକୁ ବୈଠକରେ ଗୁରୁତ୍ୱ ଦିଆଯାଇଥିଲା । ମକଡ୍ରିଲରେ ସମସ୍ତ ଅତ୍ୟାବଶ୍ୟକୀୟ ଉପକରଣ ଗୁଡିକ ଯାଞ୍ଚ କରାଯିବାକୁ ପରାମର୍ଶ ଦିଆଯାଇଥିଲା ।

ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ବବିତାରାଣୀ ଦଳବେହେରା, ଗ୍ରାମ୍ୟ ଉନ୍ନୟନ ସଂସ୍ଥା ର ପ୍ରକଳ୍ପ ନିର୍ଦ୍ଦେଶକ ଅଶ୍ୱିନୀ କୁମାର ମେହେର, ଉପଜିଲ୍ଲାପାଳ ସନତ କୁମାର ନାଏକ, ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାରଙ୍କ ସମେତ ବିଭାଗୀୟ ଅଧିକାରୀ, ସ୍ୱେଛାସେବୀ ସଙ୍ଗଠନ ର କର୍ମକର୍ତ୍ତା, ପଞ୍ଚାୟତିରାଜ ପ୍ରତିନିଧି ଓ ବନ୍ୟା ଆଶ୍ରୟସ୍ଥଳୀ ର କର୍ମକର୍ତ୍ତାମାନେ ଉପସ୍ଥିତ ଥିଲେ । ବୈଠକରେ ଜିଲ୍ଲା ଜରୂରୀକାଳୀନ ଅଧିକାରୀ ଅବନୀକାନ୍ତ ସାହୁ ସ୍ୱାଗତ ଭାଷଣ ଓ ଧନ୍ୟବାଦ ପ୍ରଦାନ କରିବା ସହିତ ସମସ୍ତଙ୍କର ସହଯୋଗ କାମନା କରିଥିଲେ ।