ଏମ୍ ରାମପୁର ବ୍ଲକ ଠାରେ ଜିଲ୍ଲାପାଳଙ୍କ ଜନଶୁଣାଣି ଶିବିର ଅନୁଷ୍ଠିତ

0
123
ଏମ୍ ରାମପୁର

ରିପୋର୍ଟ : ଦେବଦତ୍ତ ପଣ୍ଡା
କଳାହାଣ୍ଡି, ତା (୧୩/୦୬) : ଆଜି ସ୍ଥାନୀୟ ଏମ୍ ରାମପୁର ବି ଡି ଓ ଙ୍କ ସମ୍ମିଳନୀ କକ୍ଷରେ କଳାହାଣ୍ଡି ଜିଲ୍ଲାପାଳ ଡ଼. ଗାଭାଲି ପରାଗ ହର୍ଷଦ୍ ଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ।WhatsApp Image 2022 06 14 at 5.40.10 PM 1 ଏମ୍ ରାମପୁର ବ୍ଲକ ଠାରେ ଜିଲ୍ଲାପାଳଙ୍କ ଜନଶୁଣାଣି ଶିବିର ଅନୁଷ୍ଠିତ

ଏଥିରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିଳାଷ ଜି ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଓ ବ୍ଲକ ସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ । ଏମ୍ ରାମପୁର ବ୍ଲକ ଠାରେ ଏହି ଜନ ଶୁଣାଣି ଶିବିରରେ ମୋଟ୍ ୧୪୬ ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ ।

ସେଥିମଧ୍ୟରୁ ୧୨୭ ଟି ବ୍ୟକ୍ତିଗତ ସମସ୍ୟା ଜର୍ଜରିତ ଅଭିଯୋଗ ଓ ୧୯ ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା । ୧୭ ଟି ଅଭିଯୋଗ ର ସମାଧାନ ତୁରନ୍ତ କରାଯାଇଥିଲା । ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ରୁ ଏମ. ରାମପୁର ବ୍ଲକର ଉଷାକାନ୍ତ ସାହୁ ଙ୍କୁ ୨୦୦୦ ଟଙ୍କା ସହାୟତା ଅନୁମୋଦନ କରାଯାଇଥିଲା ।