ବୀରମହାରାଜପୁର ବ୍ଲକ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

0
143
ବୀରମହାରାଜପୁର ବ୍ଲକ

ରିପୋର୍ଟ : ଧ୍ରୁବରାଜ ମିଶ୍ର
ସୁବର୍ଣ୍ଣପୁର, (୨୦/୬) : ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବୀରମହାରାଜପୁର ବ୍ଲକ ସଭାଗୃହ ଠାରେ ଆଜି ଅନୁଷ୍ଠିତ ହୋଇଯାଇଛି lWhatsApp Image 2022 06 21 at 9.46.53 AM 1 ବୀରମହାରାଜପୁର ବ୍ଲକ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ବୀରମହାରାଜପୁର ବ୍ଲକ ଠାରେ ସୁବର୍ଣ୍ଣପୁର ଜିଲ୍ଲପାଳ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୫୮ ଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୫୫ ଗୋଟି ଓ ସାମୁହିକ ଦରଖାସ୍ତ ୩ ଟି ରହିଛି l

ଗ୍ରହଣ କରାଯାଇଥିବା ୫୮ ଦରଖାସ୍ତ ମଧ୍ୟରୁ ଶିବିରରେ ବିଭିନ୍ନ ମାମଲାର ୪୬ ଟି ଅଭିଯୋଗ ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୧୨ ଟି ଆପତ୍ତି ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗ ଗୁଡିକୁ ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l

ବୀରମହାରାଜପୁର ବିଡ଼ିଓ ମୋତିଲାଲ ସୁଲିଆ ଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ପ୍ରକଳ୍ପ ନିର୍ଦ୍ଦେଶକ ଡିଆରଡିଏ ନିହାର ରଞ୍ଜନ କଁହର, ଉପ ଜିଲ୍ଲାପାଳ ଅଶୋକ ଭୋଇ, ବ୍ଲକ ଅଧ୍ୟକ୍ଷା ଶାନ୍ତି ଲୁହା, ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ, ତହସିଲଦାର, ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l