ସୋନପୁର ସଦରରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

0
167
ସୋନପୁର ସଦରରେ

ରିପୋର୍ଟ : ଧ୍ରୁବରାଜ ମିଶ୍ର
ସୁବର୍ଣ୍ଣପୁର, (୨୭/୬) : ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ସଦରରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଡି.ଆର.ଡି.ଏ. ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l

ସୋନପୁର ସଦରରେ ସୁବର୍ଣ୍ଣପୁର ଜିଲ୍ଲପାଳ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୨୯ ଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୨୪ ଟି ଓ ସାମୁହିକ ଦରଖାସ୍ତ ୫ ଟି ଗ୍ରହଣ କରାଯାଇଛି l ଗ୍ରହଣ କରାଯାଇଥିବା ୨୯ ଦରଖାସ୍ତ ମଧ୍ୟରୁ ଶିବିରରେ ବିଭିନ୍ନ ମାମଲାର ୪ ଟି ଅଭିଯୋଗ ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୨୫ ଟି ଆପତ୍ତି ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗ ର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l

ଭାରପ୍ରାପ୍ତ ବି ଡି ଓ, ସୋନପୁର ଶଶିଭୂଷଣ ପ୍ରଧାନ ଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ପ୍ରକଳ୍ପ ନିର୍ଦ୍ଦେଶକ, ଡି.ଆର.ଡି.ଏ. ନିହାର ରଞ୍ଜନ କଁହର, ଉପ ଜିଲ୍ଲାପାଳ, ସୋନପୁର ଡ଼ଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର, ସୋନପୁର ବ୍ଲକ ଅଧ୍ୟକ୍ଷ ପ୍ରହଲ୍ଲାଦ ନାୟକ, କାର୍ଯ୍ୟନିର୍ବାହୀ ଅଧିକାରୀ ପୌର ପରିଷଦ, ସୋନପୁର ସୂର୍ଯ୍ୟଂଶୁ ରୁଟ, ତହସିଲଦାର ସୋନପୁର ନବୀନ କିଶୋର ପାଢ଼ୀ, ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ, ତହସିଲଦାର, ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l