ଆସନ୍ତାକାଲି ବଙ୍ଗୋପସାଗର ରେ ସୃଷ୍ଟି ହୋଇପାରେ ଲଘୁଚାପ

0
133
ଆସନ୍ତାକାଲି ବଙ୍ଗୋପସାଗର

ରିପୋର୍ଟ : ରାମନାଥ ଗନ୍ତାୟତ
ଭୁବନେଶ୍ୱର, (୦୩/୦୭) : ଆସନ୍ତାକାଲି ବଙ୍ଗୋପସାଗର ରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୪ ଦିନ ଯାଏଁ ରାଜ୍ୟର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଆଜିଠୁ ୫ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆସନ୍ତାକାଲି ବଙ୍ଗୋପସାଗର ରେ ସୃଷ୍ଟି ହୋଇପାରେ ଲଘୁଚାପ । ଆଜି କଟକ, ଢେଙ୍କାନାଳ, ସମ୍ବଲପୁର, ଅନୁଗୁଳ, ଯାଜପୁର ଓ କୋରାପୁଟ ଜିଲ୍ଲା ର ବିଭିନ୍ନ ସ୍ଥାନରେ ପ୍ରବଳରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିପରି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଜପତି, ଗଞ୍ଜାମ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, ଦେବଗଡ଼, ବରଗଡ଼ ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣଂ ଜାରି କରାଯାଇଛି ।

ସେହିପରି ୪ ତାରିଖରେ ୮ ଟି ଜିଲ୍ଲା ପାଇଁ ଅରେଞ୍ଜ ୱାଣ୍ଣିଂ ଓ ୧୪ ଟି ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୫ ଓ ୬ ତାରିଖରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ବର୍ଷା ଚାଷ କାର୍ଯ୍ୟରେ ସହାୟତା କରିବ, ହେଲେ ତଳୁଆ ଆଞ୍ଚଳିକ ପାଣି ପଶିବାର ଆଶଙ୍କା ଥିବାରୁ ସତର୍କ କରାଇଛି ପାଣିପାଗ ବିଭାଗ ।