ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

0
135
ଜିଲ୍ଲାପାଳ ଓ

ରିପୋର୍ଟ : ଧ୍ରୁବରାଜ ମିଶ୍ର
ସୁବର୍ଣ୍ଣପୁର, (୪/୭) : ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ତରଭା ବ୍ଲକ ସଭାଗୃହ ଠାରେ ଆଜି ଅନୁଷ୍ଠିତ ହୋଇଯାଇଛି l

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ସୁବର୍ଣ୍ଣପୁର ଜିଲ୍ଲପାଳ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୩୯ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l

ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୩୦ ଟି ଓ ସାମୁହିକ ଦରଖାସ୍ତ ୯ ଟି ଗ୍ରହଣ କରାଯାଇଛି l ଗ୍ରହଣ କରାଯାଇଥିବା ଦରଖାସ୍ତ ମଧ୍ୟରୁ ଶିବିରରେ ବିଭିନ୍ନ ମାମଲାର ୧୭ ଟି ଅଭିଯୋଗ ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୨୨ ଟି ଆପତ୍ତି ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗ ର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l

ତରଭା ବି ଡି ଓ ନିରଞ୍ଜନ ନାୟକ (ଭାରପ୍ରାପ୍ତ) ଙ୍କ ତତ୍ତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ପ୍ରକଳ୍ପ ନିର୍ଦ୍ଦେଶକ ଡି ଆର ଡି ଏ ନିହାର ରଞ୍ଜନ କଁହର, ସୋନପୁର ଉପ ଜିଲ୍ଲାପାଳ ଡ଼ଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର, ତରଭା ବ୍ଲକ ଅଧ୍ୟକ୍ଷ ସରୋଜ କୁମାର କମ୍ପ, ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ, ତହସିଲଦାର, ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l