Friday, March 29, 2024

Top 5 This Week

Related Posts

ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ରିପୋର୍ଟ : ଅକ୍ଷୟ କୁମାର ପିଡ଼ିସିକା
କଲ୍ୟାଣସିଂହପୁର, (୧୧/୦୭) : ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକରେ ପ୍ରଶାସନ ତରଫରୁ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି ।WhatsApp Image 2022 07 11 at 8.08.03 PM ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ସ୍ୱଧା ଦେଵ ସିଂହ, ଆରକ୍ଷୀ ଅଧୀକ୍ଷକ ବିବେକାନନ୍ଦ ଶର୍ମା, ଅତିରିକ୍ତ ଜିଲ୍ଲାପାଳ ଧର୍ମାନନ୍ଦ ବେହେରା, ରାୟଗଡ଼ା ଉପଜିଲ୍ଲାପାଳ ଭୀମସେନ ଶବର, ଅତିରିକ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ାକ୍ତର ଏଲ.ଏନ ପୃଷ୍ଟି, ଗ୍ରାମୀୟ ଜଳଯୋଗାଣ ନିର୍ବାହୀ ଯନ୍ତ୍ରୀ ଚିତ୍ତରଞ୍ଜନ ଜେନା, ପ୍ରକଳ୍ପ ପ୍ରଶାସକ, ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା, ରାୟଗଡ଼ା, ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା, ରାୟଗଡ଼ା ର ପ୍ରକଳ୍ପ ପ୍ରଶାସକ ପଦ୍ମ ଚରଣ ନାୟକ, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ପୂର୍ଣ୍ଣ ଚନ୍ଦ୍ର ବରିହା, ଜିଲ୍ଲା ମଙ୍ଗଳ ଅଧିକାରୀ ଅଶୋକ କୁମାର ଶତପଥୀ, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ, ରାୟଗଡ଼ା, ଜଳ ବିଭାଜିକା ମିଶନ ପ୍ରକଳ୍ପ ନିର୍ଦ୍ଦେଶକ ଦୟାନିଧି ବାଗ, ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଭିକ୍ଟରିଆ କୁଲ, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀକାନ୍ତ ପାଣିଗ୍ରାହୀ, ବ୍ଲକ ଅଧ୍ୟକ୍ଷା ଅମ୍ବ୍ରିତା କାଡ୍ରାକା ଉପାଧ୍ୟକ୍ଷ ଡମ୍ବରୁ କଞ୍ଜକା, ବିଡ଼ିଓ ତାପସ କୁମାର ଭୋଇ, ଜିଲ୍ଲା ଯୋଗାଣ ଅଧିକାରୀ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ରମେଶ ଚନ୍ଦ୍ର ନାୟକ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଯାଜ୍ଞସେନୀ ବେହେରା, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବସନ୍ତ କୁମାର ପ୍ରଧାନ, ତହସିଲଦାର ସୁଧାକର ରଇତ ଓ ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ ।

ଆଜି ମୋଟ ୫୮ ଟି ଅଭିଯୋଗ ଜିଲ୍ଲାପାଳଙ୍କ ନଜରକୁ ଆସିଥିଲା । ସେଥି ମଧ୍ୟରୁ ୪୬ଟି ବ୍ୟକ୍ତିଗତ ହୋଇଥିବା ବେଳେ ୯ଟି ସାମୁହିକ ଅଭିଯୋଗ ଆସିଥିଲା ଏବଂ ୩ ଗୋଟି ଆର୍ଥିକ ସହାୟତା ନିମନ୍ତେ । ସ୍ୱାସ୍ଥ୍ୟ ଗତ ସମସ୍ୟା ନିମନ୍ତେ ଜଣକୁ ୨୦ ହଜାର, ଆଉ ଜଣକୁ ୧୫ ହଜାର ଓ ଅନ୍ୟ ଜଣକୁ ୭୫୦୦/- ମୋଟ ୪୨୫୦୦/-ଟଙ୍କା ସହାୟତା ପ୍ରଦାନ କରିଥିଲେ ।WhatsApp Image 2022 07 11 at 8.08.03 PM 1 ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ଜିଲ୍ଲାପାଳ ଶ୍ରୀମତି ଦେଵସିଂ ଏହାପରେ କଲ୍ୟାଣ ସିଂପୁର ବ୍ଲକ ର ପାରସାଲିରେ ଅବସ୍ଥିତ ଡଙ୍ଗରିଆ କନ୍ଧ ଉନ୍ନୟନ ସଂସ୍ଥା ପରିଦର୍ଶନ କରିଥିଲେ । ସେଠାରେ ୨୦ ଜଣ ହିତାଧିକାରୀଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ କରିଥିଲେ । ପାରସାଲିରେ ଥିବା ସରକାରୀ ବାଳିକା ବିଦ୍ୟାଳୟ ଶ୍ରେଣୀ ଗୃହକୁ ପରିଦର୍ଶନ କରି ଛାତ୍ରୀ ମାନଙ୍କ ସହ ଆଲୋଚନା କରିଥିଲେ । ଏହି ବିଦ୍ୟାଳୟ କୁ 5T ଅନ୍ତର୍ଗତ ରୂପାନ୍ତରିତ କରିବାକୁ ପ୍ରସ୍ତାବ ରହିଛି ଏବଂ ବିଦ୍ୟାଳୟ ର ଖେଳ ପାଡ଼ିଆ ପୁନର୍ନିର୍ମାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ ।

ଏହାପରେ ସୁନାଖଣ୍ଡି ଗ୍ରାମକୁ ଯାଇ ସେଠାରେ ସ୍ୱୟଂ ସହାୟକ ଗୋଷ୍ଠୀ ଦ୍ୱାରା କରାଯାଉଥିବା ଓଡିଶା ଜୀବିକା ମିଶନ କାର୍ଯ୍ୟକ୍ରମ ଅନ୍ତର୍ଗତ ଚାରା କେନ୍ଦ୍ର ଓ କୁକୁଡ଼ା ପାଳନ କେନ୍ଦ୍ର ପରିଦର୍ଶନ କରିବାସହ ସ୍ୱୟଂ ସହାୟକ ଗୋଷ୍ଠୀ ସହିତ ଆଲୋଚନା କରିଥିଲେ । ଗ୍ରାମ ର ପୁରୁଣା ଅଙ୍ଗନ ବାଡ଼ି କେନ୍ଦ୍ରର ନବୀକରଣ ନିମନ୍ତେ ବିଡ଼ିଓଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

Popular Articles