Friday, March 29, 2024

Top 5 This Week

Related Posts

ଆଜି ଶ୍ରାବଣ ମାସ ପ୍ରଥମ ସୋମବାର : ଶୈବପୀଠରେ ଅସମ୍ଭବ ଭିଡ଼

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଆଠଗଡ଼, (୧୮/୦୭) : କରୋନା କଟକଣା ହେତୁ ଗତ ୨ ବର୍ଷ ହେବ ବୋଳବମ୍‌ ଯାତ୍ରା ବନ୍ଦ ରହିଥିବା ବେଳେ ଚଳିତ ବର୍ଷ ମିଳିଛି ଗ୍ରୀନ୍‌ ସିଗନାଲ୍‌ । ଫଳରେ ଆଜି ଶ୍ରାବଣ ମାସ ର ପ୍ରଥମ ସୋମବାରରେ ବିଭିନ୍ନ ଶୈବପୀଠରେ ଦେଖିବାକୁ ମିଳୁଛି ଅସମ୍ଭବ ଭିଡ଼ । ହଜାର ହଜାର ବୋଲବମ୍ ଭକ୍ତ ଭୋଳା ବାବାଙ୍କୁ ଜଳ ଲାଗି କରୁଛନ୍ତି ।

ଆଜି ଶ୍ରାବଣ ମାସ ର ପ୍ରଥମ ସୋମବାରରେ ଲୋକନାଥଙ୍କ ଠୁ ଲିଙ୍ଗରାଜ, ଧବଳେଶ୍ୱରଙ୍କଠୁ ପଞ୍ଚଲିଙ୍ଗେଶ୍ୱର ରାଜ୍ୟ ର ସମସ୍ତ ଶୈବପୀଠରେ ହଜାର ହଜାର କାଉଡ଼ିଆଙ୍କ ଭିଡ଼ ଜମିଛି । ଏଥର ଧବଳେଶ୍ୱର ପୀଠକୁ ବାହୁଙ୍ଗି ମନା ହୋଇଥିବାରୁ କେବଳ କଳସ ଧରି ଝୁଲାପୋଲ ଦେଇ ମନ୍ଦିର ଭିତରକୁ ଯାଉଛନ୍ତି ଶ୍ରଦ୍ଧାଳୁ । ଧବଳେଶ୍ୱର ପୀଠକୁ ଜଳଲାଗି କରିବାକୁ ଯାଉଥିବା କାଉଡ଼ିଆଙ୍କୁ ଝୁଲା ପୋଲ ପୂର୍ବରୁ ବାହୁଙ୍ଗି ରଖିବାକୁ କୁହାଯାଇଛି ।

ସେଠାରେ ବାହୁଙ୍ଗି ରଖି ସେମାନେ କଳସ ଓ ଭୋଗ ଧରି ମନ୍ଦିର ଭିତରକୁ ଆସିବେ । ସେଠାରେ ପ୍ରଭୁଙ୍କ ନିକଟରେ ଜଳ ଲାଗି କରିବେ ବୋଲି ଆଠଗଡ଼ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଥିଲା । ଶୈବପୀଠକୁ ଆସୁଥିବା କାଉଡ଼ିଆମାନେ ଶୃଙ୍ଖଳିତ ଭାବେ ଜଳ ଲାଗି କରିବା ସହ ଦର୍ଶନ ସୁରୁଖୁରୁରେ କରିବା ପାଇଁ ପୁଲିସ ଓ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି ।

Popular Articles