କର୍ଲାମୁଣ୍ଡା ଠାରେ ଯୁଗ୍ମ ଜନ ଶୁଣାଣୀ ଶିବିର ଅନୁଷ୍ଠିତ

0
158
କର୍ଲାମୁଣ୍ଡା

ରିପୋର୍ଟ : ଦେବଦତ୍ତ ପଣ୍ଡା
କଳାହାଣ୍ଡି, (୧୮/୦୭) : ଆଜି କର୍ଲାମୁଣ୍ଡା ପଞ୍ଚାୟତ ସମିତି ସଭା ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି. ଅନ୍ୱେଷା ରେଡ୍ଡୀ ତଥା ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିଳାଷ ଜି ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି ।

ଏହି ଜନ ଶୁଣାଣୀ ଶିବିର ରେ ଉପ ଜିଲ୍ଲାପାଳ ଡ଼. ବିଶ୍ୱଜିତ୍ ଦାସ, ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ କୁନି ସାହୁଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଓ କର୍ଲାମୁଣ୍ଡା ବ୍ଲକ ସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ । ଏହି ଜନ ଶୁଣାଣି ଶିବିରରେ ମୋଟ୍ ୨୨୭ ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ । ସେଥିମଧ୍ୟରୁ ୨୦୧ ଟି ବ୍ୟକ୍ତିଗତ ସମସ୍ୟା ଜର୍ଜରିତ ଅଭିଯୋଗ ଓ ୨୬ ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା । ୩୮ ଟି ଅଭିଯୋଗ ର ସମାଧାନ ତୁରନ୍ତ କରାଯାଇଥିଲା ।