ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଲାଗି ରହିବ ବର୍ଷା : ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

0
125
ଆସନ୍ତା ୩ ଦିନ

ରିପୋର୍ଟ : ରାମନାଥ ଗନ୍ତାୟତ
ଭୁବନେଶ୍ୱର, (୨୨/୦୭) : ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ । ଗଜପତି, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, କଳାହାଣ୍ଡି, ବଲାଙ୍ଗୀର, ନୟାଗଡ଼ ଜିଲ୍ଲା ର କିଛି ସ୍ଥାନରେ ପ୍ରବଳ ରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । 

ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ର ଆଞ୍ଚଳିକ ପାଣିପାଗ ଏହି ସାତୋଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି । ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ । ଏହି ସମୟରେ ବିଭିନ୍ନ ସ୍ଥାନରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ତିନି ଦିନ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶା ର ଏହି ୭ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିପରି ପାଣିପାଗ ବିଭାଗ ସମ୍ବଲପୁର, ସୋନପୁର, ଅନୁଗୁଳ, ନୟାଗଡ଼, ଖୋର୍ଦ୍ଧା, କଟକ, ପୁରୀ, ଜଗତତ୍ସିଂହପୁର, ରାୟଗଡ଼ା, ନୂଆପଡ଼ା, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାକୁ ମଧ୍ୟ ୟୋଲୋ ୱାର୍ଣ୍ଣିଂ ଜାରି କରିଛି ।