୭୬ ତମ ସ୍ୱାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

0
192
୭୬ ତମ ସ୍ୱାଧୀନତା

ରିପୋର୍ଟ : ଗୋପୀନାଥ ଗୌଡ଼
ରାୟଗଡ଼ା, ତା, (୨୯/୦୭) : ଜିଲ୍ଲା ସ୍ତରୀୟ ୭୬ ତମ ସ୍ୱାଧୀନତା ଦିବସ ପାଳନ ନିମନ୍ତେ ଆଜି ଏକ ପ୍ରସ୍ତୁତି ବୈଠକ ସ୍ଥାନୀୟ ଜିଲ୍ଲା ପରିଷଦ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି ।

ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଧର୍ମାନନ୍ଦ ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ୭୬ ତମ ସ୍ୱାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକରେ ଅତିରିକ୍ତ ଜିଲ୍ଲାପାଳ -୧, ସୋମନାଥ ପ୍ରଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ରବି ନାରାୟଣ ତ୍ରିପାଠୀ, ନଗରପାଳ ପି. ମହେଶ ପଟ୍ଟନାୟକ, ପି.ଏ. ଆଇ.ଟି.ଡି.ଏ, ପଦ୍ମ ଚରଣ ନାୟକ, ଉପ-ଜିଲ୍ଲାପାଳ, ଭିମ୍‍ସେନ୍‍ ଶବର ଆଦି ଯୋଗଦାନ କରି ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ ।

ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ଚଳିତ ସ୍ୱାଧୀନତା ଦିବସ ମଧ୍ୟ କୋଭିଡ୍‍ ନିୟମ ପାଳନ ପୂର୍ବକ ଆୟୋଜନ କରାଯିବ । ପ୍ୟାରେଡ୍‍ କାର୍ଯ୍ୟକ୍ରମ ଓ ଜନସାଧାରଣ ସମାଗମ ନିଷେଧ କରାଯାଇଛି । କମ୍‍ ସଂଖ୍ୟକ ବ୍ୟକ୍ତି ବିଶେଷଙ୍କୁ ନେଇ ପଡିଆରେ ପାଳନ କରାଯିବ । ସ୍ୱାଧୀନତା ଦିବସ ପାଳନ ଦିନ ପ୍ରତ୍ୟୁଷରେ ରାମଧୂନ ପରିବେଷଣ କରାଯିବ ।

ସକାଳ ଘ. ୭.୩୦ ମି ଠାରୁ ଘ. ୮.୦୦ ମି ମଧ୍ୟରେ ପ୍ରତ୍ୟେକ ସରକାରୀ, ବେସରକାରୀ ଅନୁଷ୍ଠାନରେ ଜାତୀୟ ପତାକା ଉତ୍ତୋଳନ କରାଯିବ । ସହରରେ ଅବସ୍ଥାପିତ ବରପୁତ୍ର ମାନଙ୍କୁ ମାଲ୍ୟାର୍ପଣ ଓ ପୂଜ୍ୟ ପୂଜା କରାଯିବ । ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ଆୟୋଜନ କରାଯିବ ଚଳିତ ବର୍ଷ ଜିଲ୍ଲାରେ ବାର୍ଷିକ ପରୀକ୍ଷାରେ ସର୍ବଚ୍ଚ ମାର୍କ ରଖି ଉର୍ତ୍ତିନ ହୋଇଥିବା ଯଥା- ୧୦ ମ ଓ ଦ୍ୱାଦଶ ଛାତ୍ରଛାତ୍ରୀ ମାନଙ୍କୁ ସମ୍ମାନୀତ କରାଯିବ । ବିଭିନ୍ନ ଅନୁଷ୍ଠାନରେ ଯଥା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଥିବା ରୋଗୀ, ଉପ କାରାଗାର, ସେବା ସମାଜ, ସ୍ଵଧାର ଗୃହ ର ଅନ୍ତେବାସୀ ଏବଂ ବରିଷ୍ଠ ନାଗରିକ ମାନଙ୍କୁ ଫଳ ଓ ମିଷ୍ଟନ୍ନ ବଣ୍ଟନ କରାଯିବ ।

ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଉପଖଣ୍ଡ ଆରକ୍ଷୀ ଅଧିକାରୀ, ପୌର ନିର୍ବାହୀ ଅଧିକାରୀ ପୂର୍ତ୍ତ ବିଭାଗ ଓ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ସହର ର ମାନ୍ୟଗଣ୍ୟ ବ୍ୟକ୍ତି, ସାମ୍ୱାଦିକ ସଂଘ ର କର୍ମକର୍ତ୍ତା ମାନେ ଉପସ୍ଥିତ ଥିଲେ । ଶେଷରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବସନ୍ତ ପ୍ରଧାନ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।