ରାଜ୍ୟରେ ନିଯୁକ୍ତି ପାଇଲେ ୬ ହଜାର ୮୯୧ ଶିକ୍ଷକ ଶିକ୍ଷୟିତ୍ରୀ

0
146
ରାଜ୍ୟରେ ନିଯୁକ୍ତି ପାଇଲେ

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୦୨/୦୮) : ରାଜ୍ୟରେ ନିଯୁକ୍ତି ପାଇଲେ ୬ ହଜାର ୮୯୧ ଶିକ୍ଷକ ଶିକ୍ଷୟିତ୍ରୀ । ଏହି ନବ ନିଯୁକ୍ତ ଶିକ୍ଷକଶିକ୍ଷୟିତ୍ରୀ ମାନଙ୍କୁ ଉଦବୋଧନ ଦେଇ ଶିକ୍ଷକତା ବୃତ୍ତିକୁ ଏକ ସଂକଳ୍ପ ଭାବେ ଗ୍ରହଣ କରିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ରାଜ୍ୟରେ ନିଯୁକ୍ତି ପାଇଲେ ୬ ହଜାର ୮୯୧ ଶିକ୍ଷକ ଶିକ୍ଷୟିତ୍ରୀ । ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ ମୋଟ ୬ ହଜାର ୮୯୧ ଜଣ ଶିକ୍ଷକ ଶିକ୍ଷୟିତ୍ରୀ ନିଯୁକ୍ତି ପାଇଛନ୍ତି । ଏମାନଙ୍କ ପାଇଁ ଗତକାଲି ଭୁବନେଶ୍ୱର କଳିଙ୍ଗ ଷ୍ଟା଼ଡିୟମରେ ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ଏହି ଅବସରରେ ମୁଖ୍ୟମନ୍ତ୍ରୀ ସମସ୍ତ ନବ ନିଯୁକ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ଶୁଭେଚ୍ଛା ଜଣାଇଥିଲେ ।

ସେହିଭଳି କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ଯୋଗଦେଇ ପିଲାମାନଙ୍କ ଶୃଜନଶୀଳ ପ୍ରତିଭାର ବିକାଶ ଉପରେ ଗୁରୁତ୍ୱ ଦେବାକୁ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କୁ ପରାମର୍ଶ ଦେଇଥିଲେ । ସେହିପରି ଏହି କାର୍ଯ୍ୟକ୍ରମରେ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ, ମୁଖ୍ୟ ଶାସନ ସଚିବ ଓ ସ୍କୁଲ ଓ ଗଣଶିକ୍ଷା ବିଭାଗ ର ସଚିବ ଓ 5T ସଚିବ ପ୍ରମୁଖ ଯୋଗ ଦେଇଥିଲେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଶିକ୍ଷଗତା କରି ମହାନ ବୃତ୍ତିରେ ଯୋଗ ଦେଇଥିବାରୁ ଆପଣମାନଙ୍କୁ ଶୁଭେଚ୍ଛା ଜଣାଉଛି ।