ଭବାନୀପାଟଣା ଠାରେ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ

0
120
ଭବାନୀପାଟଣା ଠାରେ ଯୁଗ୍ମ

ରିପୋର୍ଟ : ଦେବଦତ୍ତ ପଣ୍ଡା
କଳାହାଣ୍ଡି, ତା (୦୧/୦୮) : ଭବାନୀପାଟଣା ଠାରେ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ । ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ ଜିଲ୍ଲାପାଳ, କଳାହାଣ୍ଡି ପି. ଅନ୍ୱେଷା ରେଡ୍ଡୀ ତଥା ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିଳାଷ ଜି ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ।WhatsApp Image 2022 08 02 at 7.41.48 PM ଭବାନୀପାଟଣା ଠାରେ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ

ଭବାନୀପାଟଣା ଠାରେ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଶରତ ଚନ୍ଦ୍ର ଶ୍ରୀଚନ୍ଦନ, ଉପ ଜିଲ୍ଲାପାଳ, ଭବାନୀପାଟଣା ଡ଼ ବିଶ୍ୱଜିତ୍ ଦାସଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ । ଏହି ଜନ ଶୁଣାଣି ଶିବିରରେ ମୋଟ୍ ୧୨୦ ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ । ସେଥିମଧ୍ୟରୁ ୧୦୧ ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୯ ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା ।

୨୧ ଟି ଅଭିଯୋଗ ର ସମାଧାନ ତୁରନ୍ତ କରାଯାଇଥିଲା । ଶିବିରରେ ଉତ୍କେଲା ଫଟକାମାଲ୍ ର ଯେମନ୍ତ ଗଉଡ ଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୩୦,୦୦୦ ଟଙ୍କା ଚିକିତ୍ସା ସହାୟତା ବାବଦକୁ ଅନୁମୋଦନ କରାଗଲା । ସେଭଳି ଗୋଲାମୁଣ୍ଡା ର ଅନୁଛାୟା କେତକି ଙ୍କୁ ଓ ଜୁନାଗଡ ବାଲିଛଡା ଗ୍ରାମର ମନୋବୋଧ ନାୟକଙ୍କୁ ଚିକିତ୍ସା ସହାୟତା ବାବଦକୁ ପ୍ରତ୍ୟେକ ୧୦,୦୦୦ ଟଙ୍କା ଅନୁମୋଦନ କରାଗଲା ।