ରାଜ୍ୟରେ ଆଜିଠୁ ଖୋଲୁଛି ସବୁ ବୈଷୟିକ ଶିକ୍ଷାନୁଷ୍ଠାନ : ସାମାଜିକ ଦୂରତା ରକ୍ଷା ଉପରେ ପ୍ରାଥମିକତା

0
222

ରିପୋର୍ଟ: ସୁଭାସିସ ନାୟକ //
ଭୁବନେଶ୍ୱର,(୦୯/୦୮) : ଦୀର୍ଘଦିନ ପରେ ରାଜ୍ୟରେ ଆଜିଠୁ ଖୋଲୁଛି ରାଜ୍ୟର ସମସ୍ତ ବୈଷୟିକ ଶିକ୍ଷାନୁଷ୍ଠାନ । ସମସ୍ତ ବୈଷୟିକ ବିଶ୍ୱବିଦ୍ୟାଳୟ, ଇଞ୍ଜିନିୟରିଂ, ଡିପ୍ଲୋମା, ଆଇଟିଆଇ, ପଲିଟେକନିକ କଲେଜ କଟକଣା ମଧ୍ୟରେ ଖୋଲିଛି ।

ରାଜ୍ୟରେ ଆଜିଠୁ ଖୋଲୁଛି ଆଇଟିଆଇ, ପଲିଟେକନିକ୍ ଭଳି ସମସ୍ତ ବୈଷୟିକ ଶିକ୍ଷାନୁଷ୍ଠାନ ର କେବଳ ଶେଷବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ କ୍ୟାମ୍ପସ । ଶିକ୍ଷାଦାନ ପୂର୍ବରୁ କ୍ଲାସ୍ ରୁମ୍ , ଲାବୋରେଟାରି, ହଷ୍ଟେଲଗୁଡ଼ିକୁ ଭଲ ଭାବେ ବିଶୋଧନ କରିସାରିଛନ୍ତି । କଣ୍ଟେନ୍ ମେଣ୍ଟ ଜୋନ୍ ରେ ରହୁଥିବା ଶିକ୍ଷକ, କର୍ମଚାରୀ, ଛାତ୍ରଛାତ୍ରୀ ବିଶ୍ବବିଦ୍ୟାଳୟ ଓ କଲେଜକୁ ଆସିବେ ନାହିଁ ।

ମାସ୍କ ପରିଧାନକୁ ବାଧ୍ୟତାମୂଳକ କରାଯାଇଛି । ଶିକ୍ଷକ ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ କ୍ୟାମ୍ପସରେ ନିୟମିତ ଭାବେ ହ୍ୟାଣ୍ଡୱାସ୍ ଓ ହାତ ସାନିଟାଇଜ୍ କରିବେ । କ୍ଲାସରୁମ୍ , ଲାଇବ୍ରେରି, ଲାବରେଟୋରିରେ ୬ ଫୁଟ୍ ର ସାମାଜିକ ଦୂରତା ରକ୍ଷା ଉପରେ କର୍ତ୍ତୃପକ୍ଷ ପ୍ରାଥମିକତା ଦେବେ । କ୍ୟାମ୍ପସରେ ଛେପ ପକାଇବା ଉପରେ କଟକଣା ଲାଗୁ ହୋଇଛି । ସେହିପରି ଅସୁସ୍ଥତା ଅନୁଭବ କଲେ ଛାତ୍ରଛାତ୍ରୀ, ଶିକ୍ଷକ, କର୍ମଚାରୀମାନେ କର୍ତ୍ତୃପକ୍ଷଙ୍କୁ ଜଣାଇବେ ।

ସମସ୍ତ ହଷ୍ଟେଲରେ ସଂଗରୋଧ ରୁମ୍ ରଖିବାକୁ ବାଧ୍ୟତାମୂଳକ ହୋଇଛି । ସାମାଜିକ ଦୂରତା, ମାସ୍କ ପିନ୍ଧିବା ଉପରେ ଅଧିକ ଗୁରୁତ୍ବ ଦିଆଯିବ । ଯେଉଁମାନେ କୋଭିଡ୍ ଗାଇଡଲାଇନ୍ ପାଳନ କରିବେ ନାହିଁ, ସେମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ନିର୍ଦ୍ଦେଶ ଦିଆଯାଇଛି ।