ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ତରଭା ବ୍ଲକ ଠାରେ ଅନୁଷ୍ଠିତ

0
123
ଜିଲ୍ଲା ସ୍ତରୀୟ ଯୁଗ୍ମ

ରିପୋର୍ଟ : ଧ୍ରୁବରାଜ ମିଶ୍ର
ସୁବର୍ଣ୍ଣପୁର, (୨୨/୮) : ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ତରଭା ବ୍ଲକ ସଭାଗୃହ ଠାରେ ଆଜି ଅନୁଷ୍ଠିତ ହୋଇଯାଇଛି l

ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଏହି ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୨୦ ଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୧୭ ଟି ଓ ସାମୁହିକ ଦରଖାସ୍ତ ୩ ଟି ଗ୍ରହଣ କରାଯାଇଛି l

ଗ୍ରହଣ କରାଯାଇଥିବା ଦରଖାସ୍ତ ମଧ୍ୟରୁ ଶିବିରରେ ବିଭିନ୍ନ ମାମଲା ର ୧୦ ଟି ଅଭିଯୋଗ ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୧୦ ଟି ଆପତ୍ତି ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗ ର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି lWhatsApp Image 2022 08 22 at 8.33.09 PM ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ତରଭା ବ୍ଲକ ଠାରେ ଅନୁଷ୍ଠିତ

ବିଡିଓ, ତରଭା ନିରଞ୍ଜନ ନାୟକ ଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ସୂର୍ଯ୍ୟ ନାରାୟଣ ଦାଶ, ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ନିହାର ରଞ୍ଜନ କଁହର, ଉପ ଜିଲ୍ଲାପାଳ, ସୋନପୁର ଡ଼ଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର, ବ୍ଲକ ଅଧ୍ୟକ୍ଷ ତରଭା ସରୋଜ କୁମାର କମ୍ପ, ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ, ତହସିଲଦାର, ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l

ଯୁଗ୍ମ ଶୁଣାଣୀ ଆରମ୍ଭ ପୂର୍ବରୁ ଜିଲ୍ଲାପାଳ ଶ୍ରୀମତୀ ନରୱଣେ, ଆରକ୍ଷୀ ଅଧିକ୍ଷକ ଶ୍ରୀ ପଣ୍ଡା, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦାଶ ପ୍ରମୁଖ, ଉପ ଜିଲ୍ଲାପାଳ ଡ଼ଃ ମିଶ୍ର ତଥା ଅନ୍ୟାନ୍ୟ ଅଧିକାରୀ ଙ୍କ ଉପସ୍ଥିତିରେ ତରଭା ବ୍ଲକ ପରିସରରେ ବ୍ଲକ ଦ୍ୱାରା ଆୟୋଜିତ ଗ୍ରାମୀଣ ଆବାସ ଗୃହ ସମ୍ପୂର୍ଣ୍ଣିକରଣ ଅଭିଯାନ ରଥ କୁ ସବୁଜ ପତାକା ପ୍ରଦର୍ଶନ ପୂର୍ବକ ଶୁଭାରମ୍ଭ କରିଥିଲେ l ଏହି ରଥ ବ୍ଲକ ଅନ୍ତର୍ଗତ ସମସ୍ତ ପଞ୍ଚାୟତ ପରିକ୍ରମା କରି ଜନସାଧାରଣ ଙ୍କୁ ସଚେତନ କରିବାର କାର୍ଯ୍ୟକ୍ରମ ରହିଛି l