ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ବୀରମହାରାଜପୁର ଠାରେ ଅନୁଷ୍ଠିତ

0
140
ଯୁଗ୍ମ ଅଭିଯୋଗ ଶୁଣାଣି

ରିପୋର୍ଟ : ଧ୍ରୁବରାଜ ମିଶ୍ର
ସୁବର୍ଣ୍ଣପୁର, (୧୨/୯) : ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବୀରମହାରାଜପୁର ବ୍ଲକ ସଭାଗୃହ ଠାରେ ଆଜି ଅନୁଷ୍ଠିତ ହୋଇଯାଇଛି lWhatsApp Image 2022 09 12 at 6.45.01 PM ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ବୀରମହାରାଜପୁର ଠାରେ ଅନୁଷ୍ଠିତ

ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୪୩ଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୩୫ଟି, ସାମୁହିକ ଦରଖାସ୍ତ ୮ଟି ରହିଥିବା ବେଳେ ତନ୍ମଧ୍ୟରେ ଗୋଟିଏ ଦରଖାସ୍ତ ଜିଲ୍ଲା ରେଡ଼କ୍ରସ ଫଣ୍ଡ ରୁ ସାହାଯ୍ୟ ନିମନ୍ତେ ଗ୍ରହଣ କରାଯାଇଛି l

ଗ୍ରହଣ କରାଯାଇଥିବା ଦରଖାସ୍ତ ମଧ୍ୟରୁ ଶିବିରରେ ବିଭିନ୍ନ ମାମଲା ର ୨୨ଟି ଅଭିଯୋଗ ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୧୩ଟି ଆପତ୍ତି ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ପ୍ରେରଣ କରାଯାଇଛି l ଏହି ଶିବିରରେ ଗତ ଏକ ମାସ ମଧ୍ୟରେ ବୀରମହାରାଜପୁର ବ୍ଲକ ର ବିଭିନ୍ନ ସମସ୍ୟା ଉପରେ ପ୍ରକାଶିତ ଖବର ଉପରେ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରି, ବିଭାଗୀୟ ଅଧିକାରୀ ମାନେ ଅଞ୍ଚଳ ର ଜନ ଜୀବନ କୁ ପ୍ରଭାବିତ କରୁଥିବା ଭଳି ବିଭାଗୀୟ ଖବର ଗୁଡିକୁ ଗୁରୁତ୍ୱର ସହ ଗ୍ରହଣ କରି ତୁରନ୍ତ ପଦକ୍ଷେପ ନେବାକୁ ପରାମର୍ଶ ଦେଇଛନ୍ତି l

ଗୋଷ୍ଠୀ ଉନ୍ନୟନ ଅଧିକାରୀ ବୀରମହାରାଜପୁର ମୋତିଲାଲ ସୁଲିଆ ଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ନିହାର ରଞ୍ଜନ କଁହର, ଉପ ଜିଲ୍ଲାପାଳ, ବୀରମହାରାଜପୁର ଅଶୋକ ଭୋଇ, ବ୍ଲକ ଅଧ୍ୟକ୍ଷା ବୀରମହାରାଜପୁର ଶାନ୍ତି ଲୁହା, ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା, ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ, ତହସିଲଦାର, ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l