ସୁବର୍ଣ୍ଣପୁର ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

0
111
ସୁବର୍ଣ୍ଣପୁର ଠାରେ ଜିଲ୍ଲାପାଳ

ରିପୋର୍ଟ : ଧ୍ରୁବରାଜ ମିଶ୍ର
ସୁବର୍ଣ୍ଣପୁର, (୧୯/୯) : ସୁବର୍ଣ୍ଣପୁର ଠାରେ ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡିଆରଡିଏ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି ।

ସୁବର୍ଣ୍ଣପୁର ଜିଲ୍ଲପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୫୯ ଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୫୭ ଟି ଓ ସାମୁହିକ ଦରଖାସ୍ତ ୨ ଟି ଗ୍ରହଣ କରାଯାଇଛି । ଗ୍ରହଣ କରାଯାଇଥିବା ଦରଖାସ୍ତ କୁ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି ।

ବିଡିଓ ସୋନପୁର ସୌମ୍ୟ ରଞ୍ଜନ ସ୍ୱାଇଁ ଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ନିହାର ରଞ୍ଜନ କଁହର, ଏସଇ ପି ଡବ୍ଲୁ ଡି ଇଂ ଦାମୋଦର କୈବର୍ତ୍ତ,କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ଆର ଡବ୍ଲୁ ଏସ ଏସ ଇଂ ବିଭୁ ପ୍ରସାଦ ପଣ୍ଡା, ଡି ଏମ ଓ ଡ଼ଃ ପ୍ରଦୀପ କୁମାର ଗୁରୁ, ସି ଏସ ଓ ସୁରେଶ ପାଣିଗ୍ରାହୀ, ଡି ଇ ଓ ଲକ୍ଷ୍ମଣ ଭୋଇ, ଜି ଏମ ଡି ଆଇ ସି ବଳଭଦ୍ର ନାଏକ, ଜିଲ୍ଲା ଶ୍ରମ ଅଧିକାରୀ ଡିଲେଶ୍ୱର ଖାକା, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ଜିଲ୍ଲା କଲ୍ୟାଣ ଅଧିକାରୀ ପାଲାକା ରବୀନ୍ଦ୍ର, ତହସିଲଦାର ନବୀନ କିଶୋର ପାଢ଼ୀ, କାର୍ଯ୍ୟନିର୍ବାହୀ ଅଧିକାରୀ ପୌର ପରିଷଦ ସୋନପୁର ସୂର୍ଯ୍ୟଂଶୁ ରୁଟ ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ ।

ପ୍ରାରମ୍ଭରେ ସ୍ୱଚ୍ଛତା ଅଭିଯାନ ର ସଚେତନତା ବାର୍ତ୍ତା ନେଇ ସୋନପୁର ବ୍ଲକ ତରଫରୁ ଆୟୋଜିତ ସ୍ଵଚ୍ଛତା ଅଭିଯାନ ସଚେତନତା ରଥ କୁ ଜିଲ୍ଲାପାଳ ଶ୍ରୀମତୀ ନରୱଣେ ଜିଲ୍ଲା ର ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତି ରେ ସବୁଜ ପତାକା ପ୍ରଦର୍ଶନ ପୂର୍ବକ ଶୁଭାରମ୍ଭ କରିଥିଲେ । ଏହି ରଥ ବ୍ଲକ ଅନ୍ତର୍ଗତ ସମସ୍ତ ପଞ୍ଚାୟତ ଅଞ୍ଚଳ ପରିକ୍ରମା କରିବ ।