ପୂଜା କୁ ଫିକା କଲା ବର୍ଷା : ଆଜି ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

0
111
ପୂଜା

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୦୫/୧୦) : ଲଘୁଚାପ ପ୍ରଭାବରେ ଗତକାଲିଠୁ ରାଜ୍ୟ ଅନେକ ସ୍ଥାନରେ ବର୍ଷା ଲାଗି ରହିଥିବାରୁ ପୂଜା ମଉଜ ଫିକା ପଡ଼ିଯାଇଛି ।

ଆଜି ୧୨ ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଦଶାହରା ପୂଜା ବୁଲା ମଧ୍ୟ ଫିକା ପଡ଼ିବ । ଆଜି ଏହି ୧୨ ଟି ଜିଲ୍ଲା ପାଇଁ ଭୁନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସବୁ ଜିଲ୍ଲା ଗୁଡ଼ିକୁ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆସନ୍ତାକାଲିଠୁ ରାଜ୍ୟରେ ବର୍ଷାର ପରିମାଣ କମିବ । ହେଲେ ୭ ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ଏହି ଜିଲ୍ଲା ଗୁଡ଼ିକୁ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲା ଗୁଡ଼ିକ ହେଉଛି- ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ପୁରୀ ।