ଜିଲ୍ଲା ସ୍ତରୀୟ କାୟାକଳ୍ପ ପୁରସ୍କାର ପ୍ରଦାନ ଉତ୍ସବ ଅନୁଷ୍ଠିତ

0
110
ଜିଲ୍ଲା ସ୍ତରୀୟ କାୟାକଳ୍ପ

ରିପୋର୍ଟ : ଧ୍ରୁବରାଜ ମିଶ୍ର
ସୁବର୍ଣ୍ଣପୁର, (୧୫/୯) : ସୁବର୍ଣ୍ଣପୁର ଜିଲ୍ଲା ପାଇଁ ଜିଲ୍ଲା ସ୍ତରୀୟ କାୟାକଳ୍ପ ପୁରସ୍କାର ପାଇଥିବା ବିଭିନ୍ନ ସ୍ଵାସ୍ଥ୍ୟ ଅନୁଷ୍ଠାନକୁ ଗତକାଲି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏକ ବର୍ଣ୍ଣାଢ୍ୟ ଉତ୍ସବରେ ପୁରସ୍କୃତ କରାଯାଇଛି ।WhatsApp Image 2022 10 15 at 8.45.53 PM ଜିଲ୍ଲା ସ୍ତରୀୟ କାୟାକଳ୍ପ ପୁରସ୍କାର ପ୍ରଦାନ ଉତ୍ସବ ଅନୁଷ୍ଠିତ

ଜିଲ୍ଲାପାଳ ଅବୋଲି ନରୱଣେ ଜିଲ୍ଲା ସ୍ତରୀୟ କାୟାକଳ୍ପ ପୁରସ୍କାର ପ୍ରଦାନ ଅବସରରେ ଅନୁଷ୍ଠିତ ସଭାରେ ଅଧ୍ୟକ୍ଷତା କରି କୃତୀ ଅନୁଷ୍ଠାନମାନଙ୍କୁ ପୁରସ୍କୃତ କରିବା ସହ ଆଗାମୀ ଦିନରେ ଜିଲ୍ଲା ର ସମସ୍ତ ସ୍ଵାସ୍ଥ୍ୟ ଅନୁଷ୍ଠାନ ଏହି ପୁରସ୍କାର ପାଇଁ ଯୋଗ୍ୟତା ହାସଲ କରିବା ଦିଗରେ ବ୍ରତୀ ହେବାକୁ ସେ ପରାମର୍ଶ ଦେଇଥିଲେ ।

୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ବର୍ଗରେ ନାଇକେନପାଲି ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ର ଏବଂ ଉଲୁଣ୍ଡା ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ର, ପ୍ରାଥମିକ ସ୍ଵାସ୍ଥ୍ୟ କେନ୍ଦ୍ର ବର୍ଗରେ ମୁର୍ଷୁଣ୍ଢୀ ସ୍ଵାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର, ସାହାଜପିଟା ସ୍ଵାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର, ରାମପୁର ସ୍ଵାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର, ଶଙ୍କରା ସ୍ଵାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର, ଜାଲୋଇ ସ୍ଵାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର, ସ୍ଵାସ୍ଥ୍ୟ ଉପକେନ୍ଦ୍ର ବର୍ଗରେ ଦେଉଲପଦର ସ୍ଵାସ୍ଥ୍ୟ ଓ ଆରୋଗ୍ୟ ଉପକେନ୍ଦ୍ର, ରାଣୀସରଡା ସ୍ଵାସ୍ଥ୍ୟ ଓ ଆରୋଗ୍ୟ ଉପକେନ୍ଦ୍ର ଓ କୁଡାପଡା ସ୍ଵାସ୍ଥ୍ୟ ଓ ଆରୋଗ୍ୟ ଉପକେନ୍ଦ୍ର କାୟାକଳ୍ପ ପୁରସ୍କାର ପାଇଁ ଯୋଗ୍ୟ ବିବେଚିତ ହୋଇଥିବାରୁ ଜିଲ୍ଲାସ୍ତରରେ ସମ୍ମାନିତ ହୋଇଥିଲେ ।

ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲା ଜନସ୍ଵାସ୍ଥ୍ୟ ଅଧିକାରୀ (ପରିବାର କଲ୍ୟଣ) ଡାକ୍ତର ଦୈତ୍ୟ ନାରାୟଣ ପାଢୀ, ଜିଲ୍ଲା ଜନସ୍ଵାସ୍ଥ୍ୟ ଅଧିକାରୀ ଡାକ୍ତର ମନୋଜ କୁମାର ଅଦାବର, ଅତିରିକ୍ତ ଜିଲ୍ଲା ଜନସ୍ଵାସ୍ଥ୍ୟ ଅଧିକାରୀ (ରୋଗ ନିୟନ୍ତ୍ରଣ) ଡାକ୍ତର ରମେଶ ଚନ୍ଦ୍ର ସ୍ଵାଇଁ, ଡିପିଏମ ବିଶ୍ଵମ୍ଵର ବେହେରା, କ୍ଵାଲିଟି ଆସୁରେନ୍ସ୍ ମେନେଜର ହିତେଶ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ ।