Friday, March 29, 2024

Top 5 This Week

Related Posts

ଜିଲ୍ଲାପାଳ ତଥା ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଧ୍ୟକ୍ଷତା ରେ ଜନଶୁଣାଣି ଶିବିର ଅନୁଷ୍ଠିତ

ରିପୋର୍ଟ : ଦେବଦତ୍ତ ପଣ୍ଡା
କଳାହାଣ୍ଡି, (୧୭/୧୦) : ଆଜି ଗୋଲାମୁଣ୍ଡା ସ୍ତିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ତଥା ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିଳାଷ ଜି. ଙ୍କ ଯୁଗ୍ମ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ।

ଜିଲ୍ଲାପାଳ ତଥା ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଧ୍ୟକ୍ଷତା ରେ ଜନଶୁଣାଣି ଶିବିର ଅନୁଷ୍ଠିତ ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଶାନ୍ତ ପଟେଲ, ପଞ୍ଚାୟତ ସମିତି ଅଧ୍ୟକ୍ଷ ଶ୍ରୀ ବିନ୍ଦୁ ମହାନନ୍ଦ, ଭାର ପ୍ରାପ୍ତ ବି ଡି ଓ ଶ୍ରୀଧର ପଣ୍ଡା ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ । ଏହି ଜନ ଶୁଣାଣି ଶିବିରରେ ମୋଟ ୨୭୮ ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ । ସେଥିମଧ୍ୟରୁ ୨୫୬ ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୨୨ ଟି ଗ୍ରାମ୍ୟତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା । ୧୨ ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା । ରେଡକ୍ରସ ଫଣ୍ଡରୁ ୨ ଜଣଙ୍କୁ ଆର୍ଥିକ ସହାୟତା ମଞ୍ଜୁର କରାଯାଇଥିଲା ।

Popular Articles