ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପରେଡ ରେ ଭାଗ ନେବେ ୪୬ ଦଳ : ପ୍ରସ୍ତୁତି ଜୋରସୋର

0
197

ରିପୋର୍ଟ : ସୁଭାସିସ ନାୟକ //
ଭୁବନେଶ୍ୱର,(୧୪/୦୮) : ଆସନ୍ତାକାଲି ସ୍ୱାଧୀନତା ଦିବସ । ଭୁବନେଶ୍ୱରର ପ୍ରଦର୍ଶନୀ ପଡିଆରେ ଚଳିଚ ବର୍ଷର ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ ହେବ । ଏଥିପାଇଁ ପ୍ରସ୍ତୁତି ଜୋରସୋରରେ ଚାଲିଛି । ସୀମିତ ଲୋକଙ୍କ ମଧ୍ୟରେ କରୋନା ଗାଇଡଲାଇନ୍ ଅନୁସାରେ ସ୍ୱାଧୀନତା ଦିବସ ପାଳନ କରିବାକୁ ପ୍ରସ୍ତୁତି ଶେଷ ହୋଇଛି ।

ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରିବେ । କରୋନା କଟକଣାରେ ପାଳିତ ହେବାକୁ ଥିବା ଏହି ପରେଡ୍ ବେଳେ ସାଧାରଣ ଲୋକଙ୍କୁ ପଡିଆ ଭିତରକୁ ପଶିବାକୁ ଅନୁମତି ମିଳବ ନାହିଁ । ଏପରିକି ଗଣମାଧ୍ୟମକୁ ବି ବାରଣ କରାଯାଇଛି ।

ପ୍ରଦର୍ଶନୀ ପଡିଆକୁ ହାଇ-ଆଲର୍ଟ ଜୋନ୍ ଭାବେ କମିସନରେଟ୍ ପୋଲିସ ଘୋଷଣା କରିଛି । ପଡିଆ ଚାରି ପାଖ ବିଲ୍ଡିଂ ଓ ସରକାରୀ ପ୍ରତିଷ୍ଠାନ ସବୁକୁ ତନ୍ନତନ୍ନ କରି ଯାଞ୍ଚ କରାଯାଉଛି । ପୂର୍ବ ଭଳି ପରେଡରେ ୪୬ଟି ଦଳକୁ ଭାଗ ନେବାକୁ ଅନୁମତି ମିଳିଛି । ଉତ୍ସବରେ ବରିଷ୍ଠ ପ୍ରଶାସନିକ ଓ ପୋଲିସ ଅଧିକାରୀଙ୍କୁ ନେଇ ପ୍ରାୟ ୫୦ ଜଣ ଅତିଥି ଉପସ୍ଥିତ ରହିବେ । ଏହି ଅବସରରେ କୋଭିଡ୍ ଯୋଦ୍ଧାଙ୍କୁ ସମ୍ମାନିତ କରାଯିବ ବୋଲି ସୂଚନା ମିଳିଛି ।