ଆଜି ପ୍ରକାଶ ପାଇଲା ଯୁକ୍ତ ୨ କଳା ପରୀକ୍ଷା ଫଳ : ୯୮.୫୮% ଛାତ୍ରଛାତ୍ରୀ ପାସ୍

0
202

ରିପୋର୍ଟ : ସୁଭାସିସ ନାୟକ //
ଭୁବନେଶ୍ୱର,(୧୪/୦୮) : ଯୁକ୍ତ ଦୁଇ ବିଜ୍ଞାନ, ବାଣିଜ୍ୟ ପରେ ଯୁକ୍ତ ୨ କଳା ଓ ଧନ୍ଦାମୂଳକ ଶିକ୍ଷାର ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି । ଆଜି ଭୁବନେଶ୍ୱର ସ୍ଥିତ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସ୍ଇ) କାର୍ଯ୍ୟାଳୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ଉପସ୍ଥିତିରେ ଫଳାଫଳ ଘୋଷଣା କରାଯାଇଛି । ଛାତ୍ରଛାତ୍ରୀମାନେ orissaresults.nic.inରେ ସେମାନଙ୍କ ରେଜଲ୍ଟ ପାଇପାରିବେ ।

ଆଜି ପ୍ରକାଶ ପାଇଲା ଯୁକ୍ତ ୨ କଳା ପରୀକ୍ଷା ଫଳ | ଚଳିତ ବର୍ଷ ଯୁକ୍ତ ୨ କଳା ରେ ରେଗୁଲାର ପାସ୍ ହାର ମୋଟ ୯୮.୫୮% ରହିଛି । ମୋଟ ୧,୮୯,୩୬୩ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୧,୮୬,୬୮୫ ଜଣ ପାସ୍ କରିଛନ୍ତି । ୩୦,୫୧୦ ଜଣ ପ୍ରଥମ ଶ୍ରେଣୀରେ ପାସ୍ କରିଥିବା ବେଳେ ୪୬,୧୦୧ ଜଣ ଦ୍ୱିତୀୟ ଶ୍ରେଣୀରେ ପାସ୍ କରିଛନ୍ତି । ୧୦,୦୭୪ ଜଣ ତୃତୀୟ ଶ୍ରେଣୀରେ ପାସ୍ କରିଛନ୍ତି । ୯୫ ଜଣ ଛାତ୍ରଛାତ୍ରୀ ୯୦% ଉପରେ ନମ୍ବର ରଖିଛନ୍ତି ।

ସୂଚନାଯୋଗ୍ୟ, ଯୁକ୍ତ ୨ ବିଜ୍ଞାନରେ ୯୫.୧୫% ଓ ବାଣିଜ୍ୟରେ ୯୪.୯୬% ଛାତ୍ରଛାତ୍ରୀ ପାସ୍ କରିଛନ୍ତି । ବିଜ୍ଞାନରେ ରେଗୁଲାର ପାସ୍ ହାର ୯୯.୮୮% ରହିଛି । ଏଥିରୁ ପ୍ରଥମ ଶ୍ରେଣୀରେ ୫୫ ହଜାର ୪୬୮ ପାସ୍ କରିଥିବା ବେଳେ ଦ୍ୱିତୀୟ ଶ୍ରେଣୀରେ ୧୬ ହଜାର ୯୪୩ ଓ ତୃତୀୟ ଶ୍ରେଣୀରେ ୧୪ ହଜାର ୬୩୧ ଛାତ୍ରଛାତ୍ରୀ ପାସ୍ କରିଛନ୍ତି । ବାଣିଜ୍ୟରେ ରେଗୁଲାର ପାସ୍ ହାର ୯୯.୯୫% ରହିଛି । ଏଥିରେ ପ୍ରଥମ ଶ୍ରେଣୀରେ ୮,୩୫୫ ଜଣ ପାସ୍ କରିଥିବା ବେଳେ ଦ୍ୱିତୀୟ ଶ୍ରେଣୀରେ ୫,୬୯୨ ଓ ତୃତୀୟ ଶ୍ରେଣୀରେ ୯,୦୬୬ ଜଣ ଛାତ୍ରଛାତ୍ରୀ ପାସ୍ କରିଛନ୍ତି ।