ସରକାରୀ ବାଳିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ

0
240
ସରକାରୀ ବାଳିକା ଉଚ୍ଚ

ରିପୋର୍ଟ : ଲୋକନାଥ ସାହୁ
ଗୁଡ଼ାରୀ, (୩୦/୧୦) : ରାୟଗଡ଼ା ଜିଲ୍ଲା ଗୁଡ଼ାରୀ ବ୍ଲକ ଅନ୍ତର୍ଗତ ସରକାରୀ (SSD) ବାଳିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଗୁଡ଼ାରୀ ଠାରେ ମଣ୍ଡଳ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୨ ର ଉଦ୍ଘାଟନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି ।WhatsApp Image 2022 10 30 at 4.03.21 PM ସରକାରୀ ବାଳିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ

ସରକାରୀ ବାଳିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଶିଶୁ ମହୋତ୍ସବ କାର୍ଯ୍ୟକ୍ରମଟିକୁ ତହସିଲଦାର ଶ୍ରୀମତୀ ଭାରତୀ ଦେବୀ ପ୍ରଦୀପ ପ୍ରଜ୍ୱଳନ କରି ଶୁଭାରମ୍ଭ କରିଥିଲେ । ସ୍ଥାନୀୟ ବିଇଓ ସୁବାସ ଶବର ଙ୍କ ତତ୍ଵବଧାନରେ ପରିଚାଳିତ ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ତହସିଲଦାର ଶ୍ରୀମତୀ ଭାରତୀ ଦେବୀ, ମୁଖ୍ୟ ଅତିଥି ରୂପେ ସୁବାସ ଶବର, ଭାରପ୍ରାପ୍ତ ଅତିରିକ୍ତ ଗୋଷ୍ଠୀ ଶିକ୍ଷଧିକାରୀ ଶ୍ରୀ ନବକୃଷ୍ଣ ଗମାଙ୍ଗ ଓ ସରକାରୀ (SSD) ବାଳିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଗୁଡ଼ାରୀ ର ପ୍ରଧାନ ଶିକ୍ଷକ ଲକ୍ଷ୍ମଣ ଶବର ଉପସ୍ଥିତ ରହିଥିଲେ ।

ଏହି କାର୍ଯ୍ୟକ୍ରମରେ ଶିକ୍ଷକ ମାନଙ୍କ ସମ୍ପୂର୍ଣ୍ଣ ସହଯୋଗରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଦ୍ୟାଳୟ ର ପ୍ରାୟ ୧୩୮ ଜଣ ପ୍ରତିଯୋଗୀ ଅଂଶ ଗ୍ରହଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ଉଭୟ ବରିଷ୍ଠ ଓ କନିଷ୍ଠ ବିଭାଗ ପିଲାଙ୍କ ପାଇଁ ବକୃତା, ସଂଗୀତ, ସଂସ୍କୃତି କାର୍ଯ୍ୟକ୍ରମ, ଚିତ୍ରାଙ୍କନ, ତର୍କ, କୁଇଜ ଅନ୍ୟାନ୍ୟ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ୨୬ ବିଦ୍ୟାଳୟ ର ଛାତ୍ରଛାତ୍ରୀ ମାନେ ଅଂଶଗ୍ରହଣ କରିଥିଲେ ।

ବିଭିନ୍ନ ବିଭାଗ ପାଇଁ ଶିକ୍ଷକ ମାନେ ନିରୀକ୍ଷକ ଭାବେ ନିଜ ଦାୟିତ୍ୱ ତୁଲାଇ କାର୍ଯ୍ୟକ୍ରମ କୁ ସାଫଲ୍ୟ ମଣ୍ଡିତ କରିଥିଲେ । ପ୍ରତ୍ୟେକ ପ୍ରତିଯୋଗିତାରେ ପ୍ରଥମ ଓ ଦ୍ୱିତୀୟ ସ୍ଥାନ ଅଧିକାର କରିଥିବା କୃତି ଛାତ୍ରଛାତ୍ରୀଙ୍କୁ ପୁରସ୍କାର ବିତରଣ କରଯାଇଥିଲା । ପ୍ରଥମ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀ ମାନେ ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବରେ ଭାଗ ନେବେ ବୋଲି ବିଇଓ ମହାଶୟ ଜଣାଇଥିଲେ । ଉକ୍ତ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ସମେତ ସମସ୍ତ ଶିକ୍ଷକ ସମ୍ପୂର୍ଣ୍ଣ ସହଯୋଗ କରିଥିଲେ ।