ଜିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ

0
117
ଜିଲ୍ଲା ସ୍ତରୀୟ ଦୁର୍ନୀତି

ରିପୋର୍ଟ : ଧ୍ରୁବରାଜ ମିଶ୍ର
ସୁବର୍ଣ୍ଣପୁର, (୩୧/୧୦) : ସୁବର୍ଣ୍ଣପୁର ଜିଲ୍ଲାପ୍ରଶାସନ ତଥା ଦୁର୍ନୀତି ନିବାରଣ ବିଭାଗ ଆନୁକୂଲ୍ୟରେ ବିନିକା ବ୍ଲକ କାର୍ଯ୍ୟାଳୟରେ ଜିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ପରିପ୍ରେକ୍ଷୀରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଯାଇଛି ।WhatsApp Image 2022 10 31 at 21.37.36 ଜିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ

ଜିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା କାର୍ଯ୍ୟକ୍ରମ ରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ରୁ ଭିଡିଓ କନଫରେନ୍ସ ମାଧ୍ୟମରେ ଦୁର୍ନୀତିମୁକ୍ତ ସମୃଦ୍ଧ ଓ ସ୍ୱଚ୍ଛ ଓଡ଼ିଶା ଗଠନ ପାଇଁ ସମସ୍ତ ବିଭାଗ ର ଅଧିକାରୀ ଏବଂ କର୍ମଚାରୀ ଙ୍କୁ ଶପଥ ପାଠ କରାଇଥିଲେ । ବିନିକା ବ୍ଲକର ଭିଡିଓ କାନଫରେନସିଙ୍ଗ କକ୍ଷ ରେ ଅନୁଷ୍ଠିତ ଶପଥ ପାଠ ସମାରୋହରେ ରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଆବୋଲି ସୁନୀଲ ନରୱଣେ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ହେମନ୍ତ କୁମାର ପାଢ଼ୀ, ଜିଲ୍ଲା ଉନ୍ନୟନ ତଥା ଜିଲ୍ଲା ପରିଷଦ କାର୍ଯ୍ୟନିର୍ବାହି ଅଧିକାରୀ ନିହାର ରଞ୍ଜନ କହଁର, ଉପ ଜିଲ୍ଲାପାଳ ସୋନପୁର ଡ଼ଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର , ବିନିକା ବ୍ଲକ ଅଧ୍ୟକ୍ଷା ଦୀପ୍ତିରେଖା ନନ୍ଦ, ବିନିକା ଗୋଷ୍ଠୀ ଉନ୍ନୟନ ଅଧିକାରୀ ବ୍ୟାସଦେବ ବେହେରା, ତହସିଲଦାର ମୁକ୍ତେଶ୍ଵର ପାଣିଗ୍ରାହୀ ଙ୍କ ସମେତ ଜିଲ୍ଲାସ୍ତରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ, କର୍ମଚାରୀ ପ୍ରମୁଖ ଉପସ୍ଥିତ ରହି ଶପଥ ପାଠ କରିଥିଲେ ।