କୋକସରା ଠାରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜନଶୁଣାଣି ଶିବିର ଅନୁଷ୍ଠିତ

0
145
କୋକସରା ଠାରେ

ରିପୋର୍ଟ : ଦେବଦତ୍ତ ପଣ୍ଡା
କଳାହାଣ୍ଡି, (୨୧/୧୧) : ଆଜି କୋକସରା ଠାରେ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି. ଅନ୍ୱେଷା ରେଡ୍ଡୀଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ।

କୋକସରା ଠାରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜନଶୁଣାଣି ଶିବିର ରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଶାନ୍ତ ପଟେଲ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ସଚିନ ପାୱାର, ଉପ ଜିଲ୍ଲାପାଳ ଧର୍ମଗଡ ଶ୍ରୀ ବେଦ ଭୂଷଣ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ବିଜୟ କୁମାର ନନ୍ଦ, ବ୍ଲକ ଅଧ୍ୟକ୍ଷା ରିତା ଅଗ୍ରୱାଲ, ବି ଡି ଓ ଉତ୍ତମ ବାଗଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ।

ଏହି ଜନ ଶୁଣାଣି ଶିବିରରେ ମୋଟ ୧୬୫ ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ । ସେଥିମଧ୍ୟରୁ ୧୪୭ ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୮ ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା । ୧୩ ଟି ଅଭିଯୋଗ ର ସମାଧାନ ତତକ୍ଷଣାତ୍ କରାଯାଇଥିଲା ।