ଆଜିଠୁ ମାଟ୍ରିକ ସମେଟିଭ-ଓ୍ୱାନ୍ ପରୀକ୍ଷା

0
118
ଆଜିଠୁ ମାଟ୍ରିକ

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୨୩/୧୧) : ଆଜିଠୁ ଆରମ୍ଭ ହେଉଛି ମାଟ୍ରିକ ସମେଟିଭ-ଓ୍ୱାନ୍ ପରୀକ୍ଷା । ଦଶମ ଛାତ୍ରଛାତ୍ରୀଙ୍କ ପାଇଁ ବେଶ୍ ଗୁରୁତ୍ୱବହନ କରୁଥିବା ଏ ପରୀକ୍ଷାକୁ ସୁରୁଖୁରୁରେ କରିବା ପାଇଁ ବୋର୍ଡ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି ।

ଆଜିଠୁ ମାଟ୍ରିକ ସମେଟିଭ-ଓ୍ୱାନ୍ ପରୀକ୍ଷା । ବିଭିନ୍ନ ନୋଡାଲ ସେଣ୍ଟରକୁ ପ୍ରଶ୍ନପତ୍ର ପଠା ସରିଥିବାବେଳେ ପ୍ରତ୍ୟେକ ଦିନ ପରୀକ୍ଷାର ୧୫ ମିନିଟ୍ ପୂର୍ବରୁ ପ୍ରଶ୍ନପତ୍ରର ସିଲ୍ ଖୋଲା ଯିବ । ଏହାସହ ୯ ଟା ୧୫ ମିନିଟରେ ପରୀକ୍ଷା କେନ୍ଦ୍ରକୁ ପ୍ରବେଶ କରିବେ ଛାତ୍ରଛାତ୍ରୀ । ଗଣିତ ପରୀକ୍ଷାରେ ଅଧିକ ୧୫ ମିନିଟ ସମୟ ମିଳିବ । ପରୀକ୍ଷାକୁ ଶୃଙ୍ଖଳିତ ଓ କପି ରୋକିବା ପାଇଁ ସ୍ୱତନ୍ତ୍ର ସ୍କ୍ୱାଡ ଗଠନ ହୋଇଛି ।

ଚଳିତ ବର୍ଷ ୫ ଲକ୍ଷ ୪୦ ହଜାର ୭୧୨ ଜଣ ପରୀକ୍ଷାର୍ଥୀ ୩୦୨୯ ଟି କେନ୍ଦ୍ରରେ ଦେବେ ପରୀକ୍ଷା । ସେହିପରି ମଧ୍ୟମାରେ ୨ ହଜାର ୯୧୪ ଜଣ ପରୀକ୍ଷାର୍ଥୀଙ୍କ ପାଇଁ ୧୦୮ ଟି କେନ୍ଦ୍ର ଥିବା ବେଳେ ଓପନ୍ ସ୍କୁଲ ସାର୍ଟିଫିକେଟ ପାଇଁ ୭୧୮୧ ଜଣ ପରୀକ୍ଷାର୍ଥୀ ୧୪୬ ଟି କେନ୍ଦ୍ରରେ ପରୀକ୍ଷା ଦେବେ ।

୩୧୬ ନୋଡାଲ ସେଣ୍ଟରରେ ପ୍ରଶ୍ନପତ୍ର କଡ଼ା ସୁରକ୍ଷାରେ ରହିବ । ନକ୍ସଲ ପ୍ରଭାବିତ ଅଞ୍ଚଳରେ ୨୨ ଟି ନୋଡାଲ ସେଣ୍ଟର୍ କରାଯାଇଛି । ଚଳିତଥର ସମେଟିଭ-ଓ୍ୱାନ୍ ଓ ସମେଟିଭ-ଟୁ ପରୀକ୍ଷା ସହ ଇଣ୍ଟରନାଲ ଆସେସମେଣ୍ଟ ପରୀକ୍ଷାରୁ ପରୀକ୍ଷାର୍ଥୀଙ୍କ ମାର୍କର ମୂଲ୍ୟାଙ୍କନ କରାଯିବ ।