ଜୁନାଗଡ଼ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଜନଶୁଣାଣି ଶିବିର ଅନୁଷ୍ଠିତ

0
199
ଜୁନାଗଡ଼ ଠାରେ ଜିଲ୍ଲାପାଳ

ରିପୋର୍ଟ : ଦେବଦତ୍ତ ପଣ୍ଡା
କଳାହାଣ୍ଡି, (୧୨/୧୨) : ଜୁନାଗଡ଼ ଠାରେ ଜିଲ୍ଲାପାଳ ପି. ଅନ୍ୱେଷା ରେଡ୍ଡୀ ତଥା ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିଳାଷ ଜି. ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଜୁନାଗଡ ସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ।WhatsApp Image 2022 12 12 at 18.05.07 ଜୁନାଗଡ଼ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଜନଶୁଣାଣି ଶିବିର ଅନୁଷ୍ଠିତ

ଜୁନାଗଡ଼ ଠାରେ ଜିଲ୍ଲାପାଳ ତଥା ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଜନଶୁଣାଣି ଶିବିର ଅନୁଷ୍ଠିତ । ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଶାନ୍ତ ପଟେଲ, ଉପ ଜିଲ୍ଲାପାଳ, ଧର୍ମଗଡ ଶ୍ରୀ ବେଦ ଭୂଷଣ, ବ୍ଲକ ଅଧ୍ୟକ୍ଷା ସବିତା ମେହେର, ବି ଡି ଓ ଦୂଲାରାମ୍ ମାରାଣ୍ଡି ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ । ଏହି ଜନ ଶୁଣାଣି ଶିବିରରେ ମୋଟ ୯୮ ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ । ସେଥି ମଧ୍ୟରୁ ୮୨ ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୬ ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା । ୦୮ ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା ।