ବିନିକା ବ୍ଲକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

0
114
ବିନିକା ବ୍ଲକ କାର୍ଯ୍ୟାଳୟ ଠାରେ

ରିପୋର୍ଟ : ଧ୍ରୁବରାଜ ମିଶ୍ର
ବିନିକା, (୧୯/୧୨) : ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବିନିକା ବ୍ଲକ କାର୍ଯ୍ୟାଳୟ ଠାରେ ଆଜି ଅନୁଷ୍ଠିତ ହୋଇଯାଇଛି ।

ବିନିକା ବ୍ଲକ କାର୍ଯ୍ୟାଳୟ ଠାରେ ଜିଲ୍ଲପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ହେମନ୍ତ କୁମାର ପାଢ଼ୀ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୪୯ଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୪୪ଟି, ସାମୁହିକ ଦରଖାସ୍ତ ୫ଟି ରହିଥିବା ସୂଚନା ପ୍ରଦାନ କରାଯାଇଛି । ଗ୍ରହଣ କରାଯାଇଥିବା ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କ ଦ୍ୱାରା ତୁରନ୍ତ ସମାଧାନ ନିମନ୍ତେ ପ୍ରେରଣ କରାଯାଇଛି ।

ବିନିକା ଏବିଡ଼ିଓ ପ୍ରଜ୍ଞା ପାଣିଗ୍ରାହୀ ଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ଅତିରିକ୍ତ ଜିଲ୍ଲା ଉନ୍ନୟନ ତଥା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ପି. କୁଜୁର, ସୋନପୁର ଉପ ଜିଲ୍ଲାପାଳ ଡ଼ଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର, ବିନିକା ତହସିଲଦାର ମୁକ୍ତେଶ୍ଵର ପାଣିଗ୍ରାହୀ, ଜିଲ୍ଲା ସ୍ତରୀୟ ଅଧିକାରୀ, ବ୍ଲକ ସ୍ତରୀୟ କର୍ମଚାରୀ, ପ୍ରମୁଖ ଯୋଗଦାନ କରିଥିଲେ ।