କଲ୍ୟାଣସିଂପୁର ବ୍ଲକ ରେ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

0
284
କଲ୍ୟାଣସିଂପୁର ବ୍ଲକ

ରିପୋର୍ଟ : ଗୋପୀନାଥ ଗୌଡ଼
ରାୟଗଡ଼ା/କଲ୍ୟାଣସିଂପୁର, (୧୯/୧୨) : ଆଜି ରାୟଗଡ଼ା ଜିଲ୍ଲା ପ୍ରଶାସନ ତରଫରୁ କଲ୍ୟାଣସିଂପୁର ବ୍ଳକ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି ।WhatsApp Image 2022 12 20 at 14.51.41 1 କଲ୍ୟାଣସିଂପୁର ବ୍ଲକ ରେ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

କଲ୍ୟାଣସିଂପୁର ବ୍ଲକ ରେ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ । ଏହି ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ସ୍ୱଧା ଦେବ ସିଂ, ଆରକ୍ଷୀ ଅଧୀକ୍ଷକ ବିବେକାନନ୍ଦ ଶର୍ମା, ଉପଜିଲ୍ଲାପାଳ ରାୟଗଡ଼ା ଭୀମସେନ ଶବର, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ାକ୍ତର ଲାଲମୋହନ ରାଉତରାୟ, ଗ୍ରାମୀନ ଜଳଯୋଗାଣ ନିର୍ବାହୀ ଯନ୍ତ୍ରୀ ଚିତ୍ତରଞ୍ଜନ ଜେନା, ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା, ରାୟଗଡ଼ା ର ପ୍ରକଳ୍ପ ପ୍ରଶାସକ ପଦ୍ମ ଚରଣ ନାୟକ, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ପୂର୍ଣ ଚନ୍ଦ୍ର ବରିହା, ଜିଲ୍ଲା ମଙ୍ଗଳ ଅଧିକାରୀ ଅଶୋକ କୁମାର ଶତପଥୀ, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ, ରାୟଗଡ଼ା, ଜଳବିଭାଜିକା ମିଶନ ପ୍ରକଳ୍ପ ନିର୍ଦ୍ଦେଶକ ଦୟାନିଧି ବାଗ, ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସୁରେନ୍ଦ୍ର ଗମାଙ୍ଗ, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀକାନ୍ତ ପାଣିଗ୍ରାହୀ, ଅଧ୍ୟକ୍ଷା ପଞ୍ଚାୟତ ସମିତି ଅମରିତା କାଦ୍ର।କା, ଜିଲ୍ଲା ଯୋଗାଣ ଅଧିକାରୀ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ରମେଶ ଚନ୍ଦ୍ର ନାୟକ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଯାଜ୍ଞସେନୀ ବେହେରା, ସୁଧାକର ରଇତ, ତହସିଲଦାର, ଓ ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ ।

ଆଜି ମୋଟ ୪୭ଟି ଅଭିଯୋଗ ଜିଲ୍ଲାପାଳଙ୍କ ନଜରକୁ ଆସିଥିଲା । ସେଥି ମଧ୍ୟରୁ ୩୯ ଟି ବ୍ୟକ୍ତିଗତ ହୋଇଥିବା ବେଳେ ୭ଟି ସାମୁହିକ ଅଭିଯୋଗ ଆସିଥିଲା ଏବଂ ୧ ଗୋଟି ସ୍ୱାସ୍ଥ୍ୟ ଗତ ସମସ୍ୟା ନିମନ୍ତେ ହୋଇଥିବାରୁ ତାଙ୍କୁ ମୁଖ୍ୟ ମନ୍ତ୍ରୀ ସହାୟତା ପାଣ୍ଠିରୁ ୨୦,୦୦୦ ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା । ସେହିପରି ୫୫ ଜଣ ହିତାଧିକାରୀଙ୍କୁ ଜଙ୍ଗଲ ଜମିପଟ୍ଟା ପ୍ରଦାନ କରିଥିଲେ ।