Thursday, March 28, 2024

Top 5 This Week

Related Posts

କୋରାପୁଟ ସଦର ମହକୁମାରେ ଜିଲ୍ଲା ସ୍ତରୀୟ ସାଧାରଣ ତନ୍ତ୍ର ଦିବସ ପାଳିତ

ରିପୋର୍ଟ : ରବିଶଙ୍କର ମହାପାତ୍ର
କୋରାପୁଟ, (୨୬/୧) : ଆଜି କୋରାପୁଟ ସଦର ମହକୁମାରେ ଜିଲ୍ଲା ସ୍ତରୀୟ ସାଧାରଣ ତନ୍ତ୍ର ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି ।

କୋରାପୁଟ ସଦର ମହକୁମାରେ ଜିଲ୍ଲା ସ୍ତରୀୟ ସାଧାରଣ ତନ୍ତ୍ର ଦିବସ ପାଳିତ । ମାନ୍ୟବର ସୂଚନା ପ୍ରଯୁକ୍ତି, ଇଲେକ୍ଟ୍ରୋନିକ୍ସ, କ୍ରୀଡା ଓ ଯୁବ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା ମୂଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉନ୍ମୋଚନ କରିବା ସହ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ହାସଲ କରିଥିବା ବ୍ୟକ୍ତି ବିଶେଷଙ୍କୁ ପୁରସ୍କାର ପ୍ରଦାନ କରିଥିଲେ । ବୋରିଗୁମ୍ମା ପଞ୍ଚାୟତ ସମିତି, ଦଶମନ୍ତପୁର ରାଜସ୍ୱ ବିଭାଗ ସମେତ ବିଭିନ୍ନ ବିଭାଗର କର୍ମଚାରୀ ମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା । ଜିଲ୍ଲାପାଳ ଶ୍ରୀ ଅବ୍ଦାଲ ଏମ୍.ଅଖତାର ତଥା ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିନବ ସୋନାକରଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ମାନେ ସମାରୋହରେ ଉପସ୍ଥିତ ଥିବା ଜଣାପଡିଛି । ବିକାଶ ବିଦ୍ୟାଳୟ, ପୁଲିସ ହାଇ ସ୍କୁଲ ତଥା ସରସ୍ୱତୀ ଶିଶୁ ମନ୍ଦିରର ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ଆକର୍ଷଣୀୟ ପ୍ୟାରେଡ ପ୍ରଦର୍ଶନ କରାଯାଇଥିବା ଜଣାପଡିଛି ।

Popular Articles