ବିନିକାବ୍ଲକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

0
101
ବିନିକାବ୍ଲକ

ରିପୋର୍ଟ : ପ୍ରେମାନନ୍ଦ ନାଏକ
ସୁବର୍ଣ୍ଣପୁର, (୩୧/୦୧) : ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବିନିକାବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି ।WhatsApp Image 2023 01 30 at 16.09.58 1 ବିନିକାବ୍ଲକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବିନିକାବ୍ଲକ କାର୍ଯ୍ୟାଳୟ ଠାରେ ଜିଲ୍ଲପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୧୦୯ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୧୦୫ ଗୋଟି, ସାମୁହିକ ଦରଖାସ୍ତ ୦୪ ଗୋଟି ରହିଥିବା ସୂଚନା ପ୍ରଦାନ କରାଯାଇଛି । ତନ୍ମଧ୍ୟରୁ ୦୨ ଗୋଟି ଅଭିଯୋଗ ର ତୁରନ୍ତ ସମାଧାନ ହୋଇଥିବା ବେଳେ ଗ୍ରହଣ କରାଯାଇଥିବା ଅନ୍ୟ ସମସ୍ତ ଅଭିଯୋଗ ଦରଖାସ୍ତ କୁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କ ଦ୍ୱାରା ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ନିମନ୍ତେ ପ୍ରେରଣ କରାଯାଇଛି ।WhatsApp Image 2023 01 30 at 16.09.58 ବିନିକାବ୍ଲକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ଗୋଷ୍ଠୀ ଉନ୍ନୟନ ଅଧିକାରୀ, ବିନିକା ବ୍ୟାସଦେବ ବେହେରା ଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ଜିଲ୍ଲା ଉନ୍ନୟନ ତଥା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ- ଶ୍ରୀ ନିହାର ରଞ୍ଜନ କଁହର, ଜିଲ୍ଲା ପରିଷଦ ସଦସ୍ୟା ଜୋନ ନଂ ୮ ପ୍ରମିଳା କଲତା, ତହସିଲଦାର ବିନିକା- ମୁକ୍ତେଶ୍ଵର ପାଣିଗ୍ରାହୀ, ଜିଲ୍ଳା ସ୍ତରୀୟ ଅଧିକାରୀ, ବ୍ଲକ ସ୍ତରୀୟ କର୍ମଚାରୀ, ପ୍ରମୁଖ ଯୋଗଦାନ କରିଥିଲେ ।