ସୋନପୁର ବ୍ଲକ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

0
100
ସୋନପୁର ବ୍ଲକ

ରିପୋର୍ଟ : ଧ୍ରୁବରାଜ ମିଶ୍ର
ସୁବର୍ଣ୍ଣପୁର, (୦୬/୦୨) : ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡିଆରଡିଏ ସମ୍ମିଳନୀ କକ୍ଷ ଠାରେ ଆଜି ଅନୁଷ୍ଠିତ ହୋଇଯାଇଛି ।WhatsApp Image 2023 02 06 at 18.44.58 1 ସୋନପୁର ବ୍ଲକ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ସୋନପୁର ବ୍ଲକ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ଏହି ଶିବିର ରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଅବୋଲି ସୁନୀଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୧୫ଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୧୫ଟି ଗ୍ରହଣ କରାଯାଇଛି । ୩ଟି ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବାବେଳେ ଅନ୍ୟ ଦରଖାସ୍ତ ଗୁଡିକୁ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି ।

ବିଡିଓ, ସୋନପୁର ସୌମ୍ୟ ରଞ୍ଜନ ସ୍ୱାଇଁ ଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ନିହାର ରଞ୍ଜନ କଁହର, ସି ଡି ଏମ ଓ ଡ଼ଃ ବିଶ୍ୱ ରଞ୍ଜନ ପତି, ଜିଲ୍ଳା ମୁଖ୍ୟ ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ, ଅବକାରୀ ଅଧିକ୍ଷକ ସୁମତୀ ତ୍ରିପାଠୀ, ତହସିଲଦାର ସୋନପୁର ନବୀନ କିଶୋର ପାଢ଼ୀ, ଜିଲ୍ଲା ଶ୍ରମ ଅଧିକାରୀ ଡିଲେଶ୍ୱର ଖାକା, କାର୍ଯ୍ୟନିର୍ବାହୀ ଅଧିକାରୀ ପୌରପରିଷଦ, ସୋନପୁର ସୂର୍ଯ୍ୟଂଶୁ ରୁଟ, ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ ।