ଗୁଡାରି ବ୍ଲକ ରେ ଏ ବର୍ଷ ର ପ୍ରଥମ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

0
107
ଗୁଡାରି ବ୍ଲକ

ରିପୋର୍ଟ : ଲୋକନାଥ ସାହୁ
ଗୁଡାରି, (୧୩/୦୨) : ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ଆଜି ଗୁଡାରି ବ୍ଲକ ରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି ।

ଗୁଡାରି ବ୍ଲକ ରେ ଏହି ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ସ୍ୱଧା ଦେବ ସିଂ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆଜି ମୋଟ ୮୩ଟି ଅଭିଯୋଗ ଜିଲ୍ଲାପାଳଙ୍କ ନିକଟକୁ ଆସିଥିଲା ସେଥି ମଧ୍ୟରୁ ୬୪ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୧୯ଗୋଟି ଗ୍ରାମବାସୀ ମାନଙ୍କର ଅଭିଯୋଗ ଥିଲା । ଜିଲ୍ଲାପାଳ ୨ଜଣକୁ ମୁଖ୍ୟମନ୍ତ୍ରୀଙ୍କ ସହାୟତା କୋଷରୁ ଟ.୨୨୦୦୦/-ଟଙ୍କା ପ୍ରଦାନ କରିଥିଲେ । ଜିଲ୍ଲାପାଳ ଉକ୍ତ ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।

ଏହି ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ, ଜିଲ୍ଲାପରିଷଦ, ଶ୍ରୀ ରବିନାରାୟଣ ତ୍ରିପାଠୀ, ଉପଜିଲ୍ଲାପାଳ ଗୁଣପୁର, ଲଳିତ କୁମାର କଂହର,, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ଲାଲମୋହନ ରାଉତରାୟ, ପ୍ରକଳ୍ପ ପ୍ରଶାସକ, ଆଇଟିଡିଏ, ଗୁଣପୁର ଶାନ୍ତି ପ୍ରଭା ପ୍ରଧାନ, ପଞ୍ଚାୟତ ସମିତି ଅଧକ୍ଷା, ଲକ୍ଷ୍ମୀ ଶବର, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ପୂର୍ଣ ଚନ୍ଦ୍ର ବରିହା, ଜିଲ୍ଲା ମଙ୍ଗଳ ଅଧିକାରୀ ଅଶୋକ କୁମାର ଶତପଥୀ, ପ୍ରକଳ୍ପ ନିର୍ଦ୍ଦେଶକ ଜଳଛାୟା ମିଶନ ଦୟାନିଧି ବାଘ, ନିର୍ବାହୀ ଯନ୍ତ୍ରୀ, ଜିଲ୍ଲା ଗ୍ରାମୀୟ ଜଳଯୋଗାଣ ସଂସ୍ଥା ରାୟଗଡ଼ା, ଜିଲ୍ଲା କ୍ରୀଡ଼ା ଅଧିକାରୀ ଜନାବ ଶେଖ ଆଲେନୁର, ତହସିଲଦାର ଗୁଡାରି, ସୁଶ୍ରୀ ଭାରତୀ ଦେବୀ, ବିଡିଓ ନୃସିଂହ ଚରଣ ସେଠୀ ଓ ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ ।