ବଲାଙ୍ଗୀର ଜିଲ୍ଲାପାଳ ଚଞ୍ଚଳ ରାଣା ଓ ସମ୍ବଲପୁର ଜିଲ୍ଲାପାଳ ଅନନ୍ୟା ଦାସଙ୍କ ନିର୍ବନ୍ଧ ଶେଷ

0
211
ବଲାଙ୍ଗୀର ଜିଲ୍ଲାପାଳ ଚଞ୍ଚଳ

ରିପୋର୍ଟ : ସନ୍ତୋଷ କୁମାର ନାୟକ
ବଲାଙ୍ଗୀର, (୨୦/୦୨) : ରବିବାର ସମ୍ବଲପୁର ଜିଲ୍ଲାପାଳଙ୍କ ଆବାସିକ ବାସଭବନରେ ବଲାଙ୍ଗୀର ଜିଲ୍ଲାପାଳ ଚଞ୍ଚଳ ରାଣା ଓ ସମ୍ବଲପୁର ଜିଲ୍ଲାପାଳ ଅନନ୍ୟା ଦାସଙ୍କ ନିର୍ବନ୍ଧ ଶେଷ ହୋଇଛି ।

ଏଥିରେ ଜିଲ୍ଲାପାଳଙ୍କ ପରିବାର ବର୍ଗ ଓ ହାତଗଣତି କିଛି ପ୍ରଶାସନିକ ଅଧିକାରୀ ସାମିଲ ହୋଇଥିଲେ । ଶୁବଘୀଘ୍ର ବଲାଙ୍ଗୀର ଜିଲ୍ଲାପାଳ ଚଞ୍ଚଳ ରାଣା ଓ ସମ୍ବଲପୁର ଜିଲ୍ଲାପାଳ ଅନନ୍ୟା ଦାସଙ୍କ ବିବାହ ହେବା ନେଇ ସୂଚନା ମିଳିଛି । ଏଠାରେ ଉଲ୍ଲେଖଯୋଗ୍ୟ, ଆସାମ ଝିଅ ଅନନ୍ୟା ଦାସ ବର୍ତ୍ତମାନର କୋରାପୁଟ ଜିଲ୍ଲାପାଳ ଅବଦୁଲ ଏମ୍. ଅଖତରଙ୍କୁ ବିବାହ କରିଥିଲେ । ତେବେ ମତଭେଦ କାରଣରୁ ଦୁହିଁଙ୍କର ନିକଟରେ ବିବାହ ବିଚ୍ଛେଦ ହୋଇଥିଲା । ସେହିପରି ଓଡ଼ିଶାରେ ପଢ଼ିଥିବା ଚଞ୍ଚଳ ରାଣା ବର୍ତ୍ତମାନର ରାୟଗଡ଼ା ଜିଲ୍ଲାପାଳ ସ୍ୱଧା ଦେବ ସିଂହଙ୍କୁ ବିବାହ କରିଥିଲେ । ସେମାନେ ମଧ୍ୟ ନିକଟରେ ସମାନ କାରଣରୁ ପରସ୍ପରକୁ ଛାଡ଼ପତ୍ର ଦେଇଥିଲେ । ରବିବାର ଅତି ଗୋପନୀୟତା ଭାବେ ଚଞ୍ଚଳ ଓ ଅନନ୍ୟାଙ୍କ ନିର୍ବନ୍ଧ ସରିଥିବା ବେଳେ ଶୀଘ୍ର ସେମାନଙ୍କର ବିବାହ ସ୍ଥିର ହୋଇଥିବା ବିଶେଷ ସୂତ୍ରରୁ ଜଣାପଡ଼ିଛି ।