୨ ଦିନିଆ ଅରୁଣାଚଳ ପ୍ରଦେଶ ଗସ୍ତରେ ଯିବେ ରାଷ୍ଟ୍ରପତି

0
150
ଯିବେ

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ନୂଆଦିଲ୍ଲୀ, (୨୦/୦୨) : ଅରୁଣାଚଳ ପ୍ରଦେଶ ଗସ୍ତରେ ଯିବେ ରାଷ୍ଟ୍ରପତି । ଆଜିଠାରୁ ୨ ଦିନିଆ ଅରୁଣାଚଳ ପ୍ରଦେଶ ଗସ୍ତରେ ଯିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଅରୁଣାଚଳ ପ୍ରଦେଶର ୩୭ ତମ ରାଜ୍ୟ ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ସାମିଲ ହେବେ ରାଷ୍ଟ୍ରପତି । ଇଟାନଗରରେ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ ହେଉଛି । ଏହାସହିତ ଆସନ୍ତାକାଲି ପ୍ରଦେଶ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନକୁ ସମ୍ବୋଧିତ କରିବେ ରାଷ୍ଟ୍ରପତି । ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି ।