ଜିଲ୍ଲାପାଳ ଓ ଆରକ୍ଷୀଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

0
107
ଜିଲ୍ଲାପାଳ ଓ ଆରକ୍ଷୀଅଧିକ୍ଷକ

ରିପୋର୍ଟ : ପ୍ରେମାନନ୍ଦ ନାଏକ/ଧ୍ରୁବରଜ ମିଶ୍ର 
ସୁବର୍ଣ୍ଣପୁର, (୨୧/୦୨) : ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଜିଲ୍ଲାପାଳ ଓ ଆରକ୍ଷୀଅଧିକ୍ଷକ ଙ୍କ ଅଧ୍ୟକ୍ଷତାରେ ଡୁଙ୍ଗୁରିପାଲି ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି ।WhatsApp Image 2023 02 20 at 15.28.32 ଜିଲ୍ଲାପାଳ ଓ ଆରକ୍ଷୀଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀମତୀ ଅବୋଲି ସୁନୀଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୪୭ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ଜିଲ୍ଲାପାଳ ଓ ଆରକ୍ଷୀଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ବ୍ୟକ୍ତିଗତ ଦରଖାସ୍ତ ୩୮ ଗୋଟି, ସାମୁହିକ ଦରଖାସ୍ତ ୦୯ ଗୋଟି ଗ୍ରହଣ କରାଯାଇଛି । ଗ୍ରହଣ କରାଯାଇଥିବା ଦରଖାସ୍ତ ମଧ୍ୟରୁ ଶିବିରରେ ଗୋଟିଏ ଅଭିଯୋଗ ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୪୬ ଟି ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗ ଗୁଡିକୁ ବିଭାଗୀୟ ଅଧିକାରୀଙ୍କ ଦ୍ୱାରା ତୁରନ୍ତ ସମାଧାନ ନିମନ୍ତେ ପ୍ରେରଣ କରାଯାଇଛି ।

ତନ୍ମଧ୍ୟରେ ଗୋଟିଏ ଦରଖାସ୍ତ ସି ଏମ ଆର ଏଫ ଓ ଗୋଟିଏ ରେଡକ୍ରସ ରୁ ସହାୟତା ନିମନ୍ତେ ଗ୍ରହଣ କରାଯାଇଛି । ବିଡିଓ, ଶ୍ରୀ ତ୍ରିପୁର ମହାନନ୍ଦିଆ ଙ୍କ ତତ୍ୱାବଧାନ ରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ଜିଲ୍ଲା ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ନିହାର ରଞ୍ଜନ କଁହର,ଉପଜିଲ୍ଲାପାଳ ସୋନପୁର ଡ଼ଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର, ବ୍ଲକ ଅଧ୍ୟକ୍ଷ୍ୟା ଶ୍ରୀମତୀ ଅହଲ୍ୟା ସାହୁ, ସମସ୍ତ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲଦାର, ବ୍ଲକ ସ୍ତରୀୟ କର୍ମଚାରୀ, ପ୍ରମୁଖ ଯୋଗଦାନ କରିଥିଲେ ।