ପ୍ରବାଦ ପୁରୁଷ ବିଜୁବାବୁଙ୍କ ୧୦୭ ତମ ଜନ୍ମ ଜୟନ୍ତୀ

0
105
ପ୍ରବାଦ

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୫/୩) : ବିଜୟାନନ୍ଦ ପଟ୍ଟନାୟକ ଓରଫ ବିଜୁ ପଟ୍ଟନାୟକ ଗୋଟିଏ ଜାତି ଓ ଗୋଟିଏ ରାଜ୍ୟ ର ପରିଚୟ । ଆଜି ହେଉଛି ସେହି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ୧୦୭ ତମ ଜନ୍ମ ଜୟନ୍ତୀ

ଓଡ଼ିଶା ର ଗର୍ବ, ଗରିମା ଓ ସ୍ୱାଭିମାନ ର ସ୍ଵାକ୍ଷର ଆଙ୍କିଥିଲେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ । ୧୯୧୬ ମାର୍ଚ୍ଚ ୫ ରୁ ୧୯୯୭ ଏପ୍ରିଲ୍ ୧୭ ତାରିଖ- ୮୧ ବର୍ଷ ର ଜୀବନ । ତାଙ୍କର ପ୍ରତିଟି ମୁହୂର୍ତ୍ତ ଥିଲା କର୍ମମୟ। ଦୁର୍ଦ୍ଧର୍ଷ ପାଇଲଟ୍‌, ସଫଳ ଶିଳ୍ପପତି, ବିଚକ୍ଷଣ ରାଜନୀତିଜ୍ଞ, ଦୂରଦ୍ରଷ୍ଟା, ସ୍ୱାଭିମାନୀ, ସ୍ପଷ୍ଟବାଦୀ, ନିର୍ଭୀକ ବ୍ୟକ୍ତିତ୍ୱର ଅଧିକାରୀ ଥିଲେ ଏହି ସର୍ବମାନ୍ୟ ନେତା । ପ୍ରବାଦପୁରୁଷ, ଭୂମି ପୁତ୍ର, କଳିଙ୍ଗବୀର, ଦ୍ଵିତୀୟ ଖାରବେଳ ଆଦି ଅନେକ ବିଶେଷଣ ରେ ଭୂଷିତ ବିଜୁବାବୁ ୧୯୧୬ ମସିହା ଆଜିର ଦିନରେ ଜନ୍ମ ଗ୍ରହଣ କରିଥିଲେ ।