ରାଜଧାନୀରୁ ଆଜି ୨୭୫ ଜଣ କରୋନା ଆକ୍ରାନ୍ତ : ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୦୫,୨୭୫କୁ ବୃଦ୍ଧି

0
187

ରିପୋର୍ଟ : ସୁଭାସିସ ନାୟକ
ଭୁବନେଶ୍ଵର,(୨୨/୦୮) : ରାଜଧାନୀରୁ ଆଜି ୨୭୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜିର ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ ଭୁବନେଶ୍ଵରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୦୫,୨୭୫କୁ ବୃଦ୍ଧି ହୋଇଛି ।

ସେହିପରି ରାଜଧାନୀରୁ ଆଜି ୧୮୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଆଜିର ସୁସ୍ଥ ସଂଖ୍ୟାକୁ ମିଶାଇ ଭୁବନେଶ୍ଵରରୁ ମୋଟ ୧,୦୦,୮୯୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ସେହିପରି ଭୁବନେଶ୍ଵରରୁ ୩୩୭୯ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଥିବା ବେଳେ ୯୭୯ ଜଣଙ୍କର ମୃତ୍ୟୁ ହୋଇଛି । ଏନେଇ ଭୁବନେଶ୍ଵର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି |