ଅସ୍ତବ୍ୟସ୍ତ କରିବ କାଳବୈଶାଖୀ

0
115
ଅସ୍ତବ୍ୟସ୍ତ

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୧୪/୦୩) : ଅସ୍ତବ୍ୟସ୍ତ କରିବ କାଳବୈଶାଖୀ । ଦୁଇ ଦିନ ପରେ ରାଜ୍ୟରେ ପୁଣି ପଶ୍ଚିମା ଝଡର ପ୍ରଭାବ ବଢିବ । ଉପକୂଳ ସମେତ ଉତ୍ତର ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡଘଡି ବିଜୁଳି ସହ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର

ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପାଗରେ ବିଶେଷ ପରିବର୍ତ୍ତନ ନଥିବା ବେଳେ ଆସୁଛି ଆଉ ଏକ ପଶ୍ଚିମା ଝଡ଼ । ଅସ୍ତବ୍ୟସ୍ତ କରିବ କାଳବୈଶାଖୀ । ଆସନ୍ତା ୧୫ ତାରିଖରୁ ପଶ୍ଚିମାଝଡ଼ର ପ୍ରଭାବରେ ସାରା ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ୧୬ ତାରିଖରେ ଉତ୍ତର ଉପକୂଳ ଜିଲ୍ଲା ଗୁଡ଼ିକରେ ୪୦ ରୁ ୫୦ କିମି ବେଗରେ ପବନ ବୋହିବା ସହ ବିଜୁଳି ଘଡଘଡି ସହ ବର୍ଷା ନେଇ ୧୩ ଜିଲ୍ଲାକୁ ୟେଲୋ ଜାରି କରିଛି ପାଣିପାଗ ବିଭାଗ । ସେହିସବୁ ଜିଲ୍ଲା ଗୁଡ଼ିକ ହେଲା ମାଲକାନାଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ, ବାଲେଶ୍ଵର, ମୟୁରଭଞ୍ଜ । ସେହିପରି ୧୭ ତାରିଖରେ ଦକ୍ଷିଣ ଓଡ଼ିଶାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୧୨ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ। ସେହିସବୁ ଜିଲ୍ଲା ଗୁଡ଼ିକ ହେଲା ମାଲକାନାଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ଗଞ୍ଜାମ, ଗଜପତି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ । ଆଜି ଭୁବନେଶ୍ଵରରେ ପାଗ ଶୁଖିଲା ରହିବା ସହ ଦିନ ତାପମାତ୍ରା ୩୯ ଡିଗ୍ରୀ ରେକର୍ଡ ହେବାର ସମ୍ଭାବନା ରହିଛି ।