୧୬ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ସଡକ ଦୁର୍ଘଟଣା

0
99
ସଡକ

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭଦ୍ରକ, (୧୪/୦୩) : ଭଦ୍ରକ ଜିଲ୍ଲାର ୧୬ ନଂ ଜାତୀୟ ରାଜପଥରେ ଆଜି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି ।

ହୋଟେଲ ଓରିଅନ ନିକଟରେ ରାସ୍ତା ପାର ହେଉଥିବା ବେଳେ ଟ୍ରକ ଚାପାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ଘଟଣା ସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା । ଏ ନେଇ ଘଟଣା ସ୍ଥଳରେ ଚାପା ଉତ୍ତେଜନା ପ୍ରକାଶ ପାଇଥିଲା । ମୃତକ ଯୁବକ ଜଣକ ହେଲେ ଅଜୟ ସାହୁ । ତାଙ୍କ ଘର ଅସୁରାଳି ଅଞ୍ଚଳରେ ବୋଲି ସୂଚନା ମିଳିଛି । ଘଟଣା ସ୍ଥଳରେ ଗ୍ରାମାଞ୍ଚଳ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।