ବଜ୍ରପାତରେ ଜଣେ ମୃତ

0
99
ମୃତ

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭଦ୍ରକ, (୨୦/୦୩) : ଚିଙ୍ଗୁଡ଼ି ଫାର୍ମରେ କାମ କରୁଥିବାବେଳେ ବଜ୍ରପାତରେ ଜଣଙ୍କର ମୃତ୍ୟୁ ଘଟିଛି ।

ମୃତକ କରଞ୍ଜମାଲ ଗୁଆସୁଲ ଗ୍ରାମର କାର୍ତ୍ତିକ ମାଝୀ । କାର୍ତ୍ତିକ କରଞ୍ଜମାଲ ଠାରେ ନିଜ ଚିଙ୍ଗୁଡ଼ି ଫାର୍ମରେ କାମ କରୁଥିବା ସମୟରେ ହଠାତ ବଜ୍ରପାତ ଘଟିଥିଲା । ଫଳରେ ସେ ତଳେ ସଂଜ୍ଞାହୀନ ଅବସ୍ଥାରେ ପଡି ଯାଇଥିଲେ । ସେଠାରେ ଉପସ୍ଥିତ ଥିବା ଅନ୍ୟ ଲୋକମାନେ ତାଙ୍କୁ ଉଦ୍ଧାର କରି ବାସୁଦେବପୁର ମେଡିକାଲରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ପୋଲିସ ଖବରପାଇ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ କରୁଛି ।