ଜିଲ୍ଲା ମାନ୍ୟତା ଦାବିରେ ଆଜି କଣ୍ଟାବାଞ୍ଜି ବନ୍ଦ

0
106
ଆଜି

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ବଲାଙ୍ଗୀର, (୨୫/୦୩) : କଣ୍ଟାବାଞ୍ଜିକୁ ଜିଲ୍ଲା ମାନ୍ୟତା ଘୋଷଣା ଦାବି ନେଇ ଆଜି ସକାଳ ୬ ଘଟିକା ଠାରୁ ସନ୍ଧ୍ୟା ୬ ଘଟିକା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ପର୍ଯ୍ୟନ୍ତ ବନ୍ଦ ଡାକରା ଦିଆଯାଇଛି ।

ଏଥିରେ ବିଭିନ୍ନ ସଂଗଠନ ପକ୍ଷରୁ ସମର୍ଥନ କରାଯାଇଛି । କଣ୍ଟାବାଞ୍ଜି ଏନଏସି ସହ ବଙ୍ଗୋମୁଣ୍ଡା, ମୁରିବାହାଲ, ତୁରେକେଲା ବ୍ଲକ ସମ୍ପୂର୍ଣ୍ଣ ବନ୍ଦ ଗାଡି ଚଳାଚଳ, ଦୋକାନ ବଜାର, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ବନ୍ଦ ରହିଛି । କଣ୍ଟାବାଞ୍ଜି ଜିଲ୍ଲା ସଂଘର୍ଷ ସମିତି ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି । ତେବେ ଗାଡି ଚଳାଚଳ ବନ୍ଦ ଯୋଗୁଁ ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।