ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଆକ୍ରମଣ

0
125
ଆକ୍ରମଣ

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ସମ୍ବଲପୁର, (୦୮/୦୪) : ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଟାଙ୍ଗିଆରେ ଆକ୍ରମଣ ।

ବାପା ମୃତ, ପୁଅ ଗୁରୁତର । ଏଭଳି ଅଘଟଣ ଘଟିଛି ସମ୍ବଲପୁର ଜିଲ୍ଲା ରେଢାଖୋଲ ଥାନା କନ୍ଧରା ଗାଁରେ । ଘର ଭିତରୁ ରାସ୍ତା ଯାଏଁ ଗୋଡାଇ ଗୋଡାଇ ସଂଘବଦ୍ଧ ଭାବେ ଆକ୍ରମଣ କରାଯାଇଛି । ଘଟଣା ସ୍ଥଳରୁ ଆକ୍ରମଣକାରୀ ଫେରାର ହୋଇଥିବା ବେଳେ ଗୁରୁତର ବ୍ୟକ୍ତିଙ୍କୁ ରେଢାଖୋଲ ମେଡିକାଲରେ ଭର୍ତ୍ତି କରାଯାଇଛି । ମୃତ ବ୍ୟକ୍ତି ଜଣକ କନ୍ଧରା ଗ୍ରାମର ପୂର୍ଣ୍ଣଚନ୍ଦ୍ର ମେହେର ବୋଲି ଜଣାପଡିଛି । ଅନ୍ୟପଟେ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ଅଧିକ ତଦନ୍ତ ଆରମ୍ଭ କରିଛି ।