ଓଡ଼ିଆରେ ନାମଫଳକ ବାଧ୍ୟତାମୂଳକ : ନିୟମ ନମାନିଲେ ଜରିମାନା : ରଦ୍ଦ ହେବ ଲାଇସେନ୍ସ

0
142
ହେବ

ରିପୋର୍ଟ: ଓଡିଶା ନ୍ୟୁଜ୨୪ ବ୍ୟୁରୋ //
ଭୁବନେଶ୍ୱର (୦୮/୦୪) : ରାଜ୍ୟରେ ଚଳିତ ମାସରୁ ବାଧ୍ୟତାମୂଳକ ହେବ ଓଡ଼ିଆରେ ନାମଫଳକ । ସବୁ ଦୋକାନ, ବ୍ୟବସାୟିକ ପ୍ରତିଷ୍ଠାନ ଓ ଅନ୍ୟାନ୍ୟ ସଂସ୍ଥାରେ ନାମଫଳକକୁ ଓଡ଼ିଆରେ ଲେଖାଯିବ । 2020 10 13 ଓଡ଼ିଆରେ ନାମଫଳକ ବାଧ୍ୟତାମୂଳକ : ନିୟମ ନମାନିଲେ ଜରିମାନା : ରଦ୍ଦ ହେବ ଲାଇସେନ୍ସ

ଏହି ନିୟମ ଅନୁପାଳନ ନକଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ସହ ବ୍ୟବସାୟିକ ପ୍ରତିଷ୍ଠାନ ଲାଇସେନ୍ସ ରଦ୍ଦ କରାଯିବ । ଏହାସହ ଖିଲାପକାରୀଙ୍କୁ ୭ ଦିନିଆ ନୋଟିସ୍ ଦିଆଯିବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ପ୍ରଥମ ଥର ଖିଲାପକାରୀଙ୍କୁ ୫ ହଜାର ଟଙ୍କା ଜରିମାନା ଏବଂ ଦ୍ୱିତୀୟ ଥର ଖିଲାପକାରୀଙ୍କୁ ୨୫ ହଜାର ଟଙ୍କା ଜରିମାନା କରାଯିବ ।

ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗ ପକ୍ଷରୁ ଏହି ନିୟମର କଡ଼ାକଡ଼ି ନିରୀକ୍ଷଣ କରାଯିବ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇ ।