ଡୁଙ୍ଗୁରିପାଲି ବ୍ଲକ ରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର 

0
99
ଡୁଙ୍ଗୁରିପାଲି ବ୍ଲକ ରେ

ରିପୋର୍ଟ : ଧ୍ରୁବରାଜ ମିଶ୍ର
ସୁବର୍ଣ୍ଣପୁର, (୧୦/୦୪) : ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡୁଙ୍ଗୁରିପାଲି ବ୍ଲକ ରେ ଅନୁଷ୍ଠିତ ହୋଇଯାଇଛି ।

ଡୁଙ୍ଗୁରିପାଲି ବ୍ଲକ ରେ ଭାରପ୍ରାପ୍ତ ଜିଲ୍ଲାପାଳ ସୁବର୍ଣ୍ଣପୁର ସୂର୍ଯ୍ୟନାରାୟଣ ଦାଶ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୮ଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୬ଟି, ସାମୁହିକ ଦରଖାସ୍ତ ୨ଟି ଗ୍ରହଣ କରାଯାଇଛି । ଗ୍ରହଣ କରାଯାଇଥିବା ସମସ୍ତ ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗ ଗୁଡିକୁ ବିଭାଗୀୟ ଅଧିକାରୀଙ୍କ ଦ୍ୱାରା ତୁରନ୍ତ ସମାଧାନ ନିମନ୍ତେ ପ୍ରେରଣ କରାଯାଇଛି । ଡୁଙ୍ଗୁରିପାଲି ଗୋଷ୍ଠୀ ଉନ୍ନୟନ ଅଧିକାରୀ ତ୍ରିପୁର ମହାନନ୍ଦିଆ ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ସୁବର୍ଣ୍ଣପୁର ନିହାର ରଞ୍ଜନ କଁହର ,ଡୁଙ୍ଗୁରିପାଲି ବ୍ଲକ ଅଧ୍ୟକ୍ଷ୍ୟା ଅହଲ୍ୟା ସାହୁ, ସମସ୍ତ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲଦାର, ବ୍ଲକ ସ୍ତରୀୟ କର୍ମଚାରୀ, ପ୍ରମୁଖ ଯୋଗଦାନ କରିଥିଲେ ।