ଆଜିଠୁ ଏପ୍ରିଲ ୧୬ ଯାଏଁ ସ୍କୁଲ ଛୁଟି

0
82
ଆଜିଠୁ ଏପ୍ରିଲ

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୧୨/୦୪) : ଆଜିଠୁ ଏପ୍ରିଲ ୧୬ ଯାଏଁ ସ୍କୁଲ ଛୁଟି ଘୋଷଣା । ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସ୍କୁଲ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଏହି ସମୟରେ ରାଜ୍ୟର ଅଙ୍ଗନବାଡ଼ି କେନ୍ଦ୍ର ଗୁଡ଼ିକ ମଧ୍ୟ ବନ୍ଦ ରହିବ । ସ୍କୁଲ ଓ ଅଙ୍ଗନବାଡ଼ି ଆଜିଠୁ ଏପ୍ରିଲ ୧୬ ଯାଏଁ ଛୁଟି ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ପାନୀୟ ଜଳ ସୁପରିଚାଳନା ଓ କୋଭିଡ ପରିସ୍ଥିତି ଉପରେ ନଜର ରଖିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ରାଜଧାନୀ ଭୁବନେଶ୍ବର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ଖରା ଓ ତାପମାତ୍ରା ଅନୁଭୁତ ହୋଇଛି । ମଙ୍ଗଳବାର ରାଜ୍ୟର ୯ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଟପିଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ବାରିପଦାରେ ସର୍ବାଧିକ ତାପମାତ୍ରା ୪୦.୬ ଡିଗ୍ରି ରେକର୍ଡ ହୋଇଛି । ତେବେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସ୍କୁଲକୁ ଛୁଟି ଘୋଷଣା କରାଯାଇଛି ।