ପୂର୍ବତନ ସରପଞ୍ଚ ଆରତୀ ଦେବୀଙ୍କ ଅନୁପ୍ରାଣିତ ବହୁଭାଷୀ ଚଳଚ୍ଚିତ୍ର “ସାର ମାଡାମ ସରପଞ୍ଚ”

0
97
ପୂର୍ବତନ ସରପଞ୍ଚ

ରିପୋର୍ଟ : ସୁଭାସିସ ମହାପାତ୍ର
ଭୂବନେଶ୍ୱର, (୧୬/୦୪) : ପୁଣି ଚର୍ଚ୍ଚାରେ ଗଞ୍ଜାମ ଜିଲ୍ଲାର ପୂର୍ବତନ ସରପଞ୍ଚ ଆରତୀ ଦେବୀ । ଜଣେ ଉଚ୍ଚ ଶିକ୍ଷିତା ଓ ସ୍ୱଚ୍ଛଳ ବ୍ୟାଙ୍କ ଚାକିରି ଛାଡି ରାଜନୀତିରେ ପ୍ରବେଶ କରି ୨୦୧୨ ମସିହାରେ ଦେଶର ସର୍ବକନିଷ୍ଠ ମହିଳା ସରପଞ୍ଚ ଭାବେ ନିର୍ବାଚିତ ହୋଇଥିଲେ ।

“ଟିପ ଚିହ୍ନ ନୁହେଁ ଦସ୍ତଖତ ଦିଅ” ସ୍ଲୋଗାନ ଥିଲା ମହିଳା ସରପଞ୍ଚ ଆରତୀ ଦେବୀ ଙ୍କର । ନାରୀ ଶିକ୍ଷା ଓ ମହିଳା ଗ୍ରାମସଭା ଭଳି କାର୍ଯ୍ୟ ହାତକୁ ନେଇ ସବୁବେଳେ ଚର୍ଚ୍ଚାରେ ଥିଲେ । ବର୍ତ୍ତମାନ ଦୀର୍ଘ ବର୍ଷ ପରେ ପୂର୍ବତନ ସରପଞ୍ଚ ଆରତୀ ଦେବୀଙ୍କ ଆଦର୍ଶ ଓ କାର୍ଯ୍ୟରେ ଅନୁପ୍ରାଣିତ ହୋଇ ଏକ ବହୁଭାଷୀ ଚଳଚ୍ଚିତ୍ର “ସାର ମ୍ୟାଡ଼ମ ସରପଞ୍ଚ” ମୁକ୍ତିଲାଭ କରିଛି । ପ୍ରବୀନ ମୋର୍ଚ୍ଚଲେଙ୍କ ନିର୍ଦ୍ଦେଶନା ରେ ପ୍ରସ୍ତୁତ ଏହି ଚଳଚିତ୍ରରେ ଆରତୀ ଦେବୀଙ୍କ ଚରିତ୍ରକୁ ହଲିଉଡ଼ ଷ୍ଟାର ଆରର୍ୟାନା ସଜନାନୀ ନିଖୁଣ ଭାବରେ ଚିତ୍ରଣ କରିଛନ୍ତି ଓ ସୀମା ବିଶ୍ୱାସଙ୍କ ଭଳି ଜଣେ ଉଚ୍ଚକୋଟୀର ଅଭିନେତ୍ରୀଙ୍କ ଅଭିନୟ ମଧ୍ୟ ଚଳଚ୍ଚିତ୍ର କୁ ଆହୁରି ଦର୍ଶନୀୟ କରିଛି । ଏହି ଚଳଚ୍ଚିତ୍ର ୪ ଟି ଭାଷାରେ ନିର୍ମାଣ ହୋଇ ସର୍ବ ଭାରତୀୟ ସ୍ତରରେ ମୁକ୍ତିଲାଭ କରିଥିବା ବେଳେ ଓଡ଼ିଆ ଭାଷାରେ ଖୁବଶୀଘ୍ର ମୁକ୍ତିଲାଭ ହେବାକୁ ଯାଉଛି ।

ଆରତୀ ଦେବୀ ଯାହାଙ୍କ କାର୍ଯ୍ୟକାରିତାକୁ ନେଇ ଫିଲ୍ମ “ସାର ମ୍ୟାଡାମ ସରପଞ୍ଚ” ନିର୍ମାଣ ହୋଇଛି କହିଛନ୍ତି ଯେ; ନାରୀ ମାନେ ସବୁ କରିପାରିବେ କେବଳ ମନରେ ଦୃଢ ଇଚ୍ଛାଶକ୍ତି ଆବଶ୍ୟକ ଓ ଏହି ଚଳଚ୍ଚିତ୍ର ଆପଣଙ୍କ ତାର ଏକ ଦିଗଦର୍ଶନ ଦେବ । ଓଡ଼ିଆ ଭାଷାରେ ଖୁବ ଶୀଘ୍ର ନିର୍ମାଣ ହେବାକୁ ଯାଉଥିବା “ସାର ମ୍ୟାଡାମ ସରପଞ୍ଚ” ଖବରକୁ ନେଇ ଭୁବନେଶ୍ୱର ସ୍ଥିତ ପ୍ରେସ୍ କ୍ଲବ୍ ଠାରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଏହି ସଭାରେ ସମାଜସେବୀ ଶ୍ରୀମତୀ ନମ୍ରତା ଚଢ଼ା, ସିନେ ପ୍ରଯୋଜକ ସଚ୍ଚିକାନ୍ତ ଜେନା, ମିଡ଼ିଆ ପ୍ଲାନର ମୁଖ୍ୟ ପ୍ରଣୟ ଜେଠୀ ଙ୍କ ସହିତ ପୂର୍ବତନ ସର୍ବ କନିଷ୍ଠା ସରପଞ୍ଚ ଆରତୀ ଦେବୀ ଉପସ୍ଥିତ ଥିଲେ । ଓଡ଼ିଶାରେ ପୂର୍ବରୁ ମୁକ୍ତିଲାଭ କରିଥିବା ଚଳଚ୍ଚିତ୍ର ଗୁଡିକୁ ଯେପରି ଲୋକ ପସନ୍ଦ କରିଥିଲେ ଏବଂ ଆମ ରାଜ୍ୟ ସରକାର ପ୍ରମୋଦ କର ଛାଡ଼ କରିଥିଲେ ସେହିପରି ଏହି ଚଳଚ୍ଚିତ୍ର ଟିକୁ ମଧ୍ୟ ଦୃଷ୍ଟି ଦେବେ ବୋଲି ଆଶା ପ୍ରକଟ କରିଛନ୍ତି ।