ତରଭା ବ୍ଲକ ରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

0
85
ତରଭା ବ୍ଲକ ରେ

ରିପୋର୍ଟ : ସନ୍ତୋଷ କୁମାର ନାୟକ
ସୁବର୍ଣ୍ଣପୁର, (୧୭/୦୪) : ଆଜି ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ତରଭା ବ୍ଲକ ରେ ଅନୁଷ୍ଠିତ ହୋଇଯାଇଛି ।

ତରଭା ବ୍ଲକ ରେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ସୂର୍ଯ୍ୟନାରାୟଣ ଦାଶ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୧୬ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୧୨ ଗୋଟି ଓ ସାମୁହିକ ଦରଖାସ୍ତ ୦୪ ଗୋଟି ଗ୍ରହଣ କରାଯାଇଛି । ଗ୍ରହଣ କରାଯାଇଥିବା ଦରଖାସ୍ତ ମଧ୍ୟରୁ ଶିବିରରେ ୦୩ ଗୋଟି ଅଭିଯୋଗ ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୧୩ ଟି ଆପତ୍ତି ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି । ବିଡିଓ, ତରଭା ଶ୍ରୀ ବିନୟ କୁମାର ପଟେଲ ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ଉପ ଜିଲ୍ଲାପାଳ ସୋନପୁର ଡ଼ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ ବିଶ୍ୱରଂଜନ ପତି, କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ଆର ଡବ୍ଲୁ ଏସ ଏସ ଇଂ ବିଭୁ ପ୍ରସାଦ ପଣ୍ଡା, ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ରେଣୁବାଳା ଦାଶ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ପ୍ରମୁଖଙ୍କ ସହ ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ, ତହସିଲଦାର ତରଭା, ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ ।