ଜାମ୍ମୁ କାଶ୍ମୀର ର ପୁଞ୍ଚରେ ଆତଙ୍କବାଦୀ ଆକ୍ରମଣ ଘଟଣା

0
98
ଜାମ୍ମୁ କାଶ୍ମୀର

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ନୂଆଦିଲ୍ଲୀ, (୨୧/୦୪) : ଜାମ୍ମୁ କାଶ୍ମୀର ର ପୁଞ୍ଛରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ଘଟଣାକୁ ନେଇ ଶୋକବ୍ୟକ୍ତ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଟ୍ବିଟ କରି ସହିଦ ଯବାନଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି । ଜାମ୍ମୁ କାଶ୍ମୀର ରେ ଆତଙ୍କବାଦୀ ଆକ୍ରମଣରେ ଓଡ଼ିଶାର ପୁରୀ ଜିଲ୍ଲାର ସାକ୍ଷୀଗୋପାଳ ଅଞ୍ଚଳର ଯବାନ ଦେବାଶିଷ ବିଶ୍ୱାଳଙ୍କ ସମେତ ଯବାନମାନେ ଶହୀଦ ହୋଇଥିବା ଖବର ଶୁଣି ଦୁଃଖିତ ଏବଂ ଗଭୀର ଭାବରେ ମର୍ମାହତ । ଏହି ବୀର ଯବାନ ମାନଙ୍କ ବଳିଦାନ ବ୍ୟର୍ଥ ଯିବ ନାହିଁ । ଅମର ଆତ୍ମାର ସଦଗତି କାମନା କରିବା ସହିତ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି । ଏହି ଦୁଃଖଦ ସମୟରେ ମହାପ୍ରଭୁ ଶ୍ରୀଜଗନ୍ନାଥ ପରିବାର ବର୍ଗଙ୍କୁ ଅସୀମ ଧୈର୍ଯ୍ୟ ଏବଂ ସାହସ ପ୍ରଦାନ କରନ୍ତୁ । ଗତକାଲି ଜାମ୍ମୁ କାଶ୍ମୀରର ପୁଞ୍ଛରେ ଆତଙ୍କବାଦୀ ଆକ୍ରମଣରେ ୫ ଜଣ ଯବାନ ସହିଦ ହୋଇଛନ୍ତି । ସହିଦଙ୍କ ମଧ୍ୟରେ ଜଣେ ଓଡ଼ିଆ ଯବାନ ଅଛନ୍ତି । ସେ ହେଉଛନ୍ତି ପୁରୀ ଜିଲ୍ଲା ସତ୍ୟବାଦୀ ଅଳଗୁମା ପଞ୍ଚାୟତର ଦେବାଶିଷ ବିଶ୍ୱାଳ । ଘଟଣା ଶୁଣିବା ପରେ ଏହି ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।