ରାଜ୍ୟରେ ଜାରି ରହିବ କାଳବୈଶାଖୀ ବର୍ଷା

0
101
ରାଜ୍ୟରେ ଜାରି ରହିବ

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୨୬/୦୪) : ରାଜ୍ୟରେ ଜାରି ରହିବ କାଳବୈଶାଖୀ ବର୍ଷା । ଏବେ ଦୁଇ ଦିନ ହେଲା ରାଜ୍ୟରେ ଥଣ୍ଡା ପାଗ ରହିଛି । ଡହ ଡହ ଖରାରୁ କିଛି ପରିମାଣର ଆଶ୍ଵସ୍ତି ମିଳିଛି ।

ଲୋକେ ଯେମିତି ଚାତକ ଭଳି ବର୍ଷାକୁ ଚାହିଁ ବସିଥିଲେ । ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ଜାରି ରହିଛି । ଆସନ୍ତା ୨୯ ତାରିଖ ଯାଏଁ ଏମିତି ତାପମାତ୍ରା ଅପରିବର୍ତ୍ତିତ ରହିବ । ରାଜ୍ୟରେ ଜାରି ରହିବ କାଳବୈଶାଖୀ ବର୍ଷା । କିଛି ସ୍ଥାନରେ କୁଆପଥର ବର୍ଷା ହେବାର ସମ୍ଭାବନା । କାଲିଠାରୁ ବର୍ଷାର ପରିମାଣ ବଢ଼ିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ୩୦ ପରେ ବଦଳିବ ରାଜ୍ୟର ପାଗ । ବିଶେଷ କରି ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ ଓ ଦେବଗଡ଼ ଆଦି ଜିଲ୍ଲାର କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହୋଇଯାଇଛି । ଆଜି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଢେଙ୍କାନାଳ, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଆଦି ଅଞ୍ଚଳରେ ପବନର ବେଗ ଅଧିକ ରହିବା ଏବଂ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ ।